ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆରମ୍ଭ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୧୨,୧୯୪ଜଣ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ଶିକ୍ଷାରେ ନାମଲେଖା ପାଇଁ ରାଜ୍ୟରେ ୨,୦୬୬ ଉଚ୍ଚ ମାଧ୍ୟମିକ ସ୍କୁଲରେ ମୋଟ ୫,୦୯,୧୩୦ ସିଟ୍‌ ରହିଛି। ପୂର୍ବରୁ ୩,୭୨,୦୦୫ରେ ସିଟ୍‌ ନାମଲେଖା ହୋଇଥିଲା। ୧,୩୭,୧୨୫ ସିଟ୍‌ ବଳକା ପଡ଼ିଥିଲା। ପ୍ରଥମ ଦିନରେ ୧୨,୧୯୪ ଜଣ ନାମ ଲେଖାଇବା ପରେ ଆଉ ୧,୨୪,୯୩୧ ସିଟ୍‌ ଖାଲିପଡ଼ିଛି। କଳାରେ ୩୬,୮୦୦ ସିଟ୍‌, ବିଜ୍ଞାନରେ ୫୫,୪୬୫, ବାଣିଜ୍ୟରେ ୨୦,୭୯୫, ସଂସ୍କୃତରେ ୬,୩୫୨ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫,୫୧୯ ସିଟ୍‌ ଖାଲି ପଡ଼ିଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆସନ୍ତା ୧୩ ତାରିଖ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ। ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ ନାମଲେଖା ପାଇଁ ୧୮ ତାରିଖ ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରମାନେ ୧୮ ତାରିଖ ଅପରାହ୍ନ ସାଢ଼େ ୨ଟାରୁ ୧୯ତାରିଖ ଅପରାହ୍ନ ୪ଟା ଭିତରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ପଞ୍ଜୀକରଣ କରିପାରିବେ। ୨୦ ତାରିଖ ପୂର୍ବାହ୍ନ ୧୧ଟା ୫୦ରେ ଚୂଡ଼ାନ୍ତ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ରମାନେ ୨୦ତାରିଖ ଅପରାହ୍ନ ୨ଟାରୁ ୨୧ତାରିଖ ଅପରାହ୍ନ ୪ଟା ମଧ୍ୟରେ ନାମ ଲେଖାଇବେ। ସୂଚନାଯୋଗ୍ୟ, ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇସାରିଥିବା ବେଳେ ପାଠପଢ଼ା ମଧ୍ୟ ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri