ବୀରଗୋବିନ୍ଦପୁରର ଉନ୍ନତି ପାଇଁ ୨.୪୦ କୋଟି

ସାକ୍ଷୀଗୋପାଳ,୪ା୬(ଡି.ଏନ୍‌.ଏ.): କେନ୍ଦ୍ରରେ ମୋଦି ସରକାରଙ୍କ ଅଷ୍ଟମ ବର୍ଷ ପୂର୍ତ୍ତି ସମାରୋହ ପୁରୀ ଜିଲା ସତ୍ୟବାଦୀ ବ୍ଲକର ବୀରଗୋବିନ୍ଦପୁର ଗ୍ରାମରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମାରୋହର ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ (ଇଣ୍ଡିଆନ ଅଏଲ୍‌ କର୍ପୋରେଶନ ଲିଃ) ଆଇଓସିଏଲ ପକ୍ଷରୁ ୨. ୪୦ କୋଟି ଟଙ୍କା ବ୍ୟୟରେ ବୀରଗୋବିନ୍ଦପୁର ଗ୍ରାମର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଗାଁ ହେଉଛି ଭାରତର ଆତ୍ମା, ଗ୍ରାମର ବିକାଶ ଓ ଗାଁର ଲୋକମାନଙ୍କ ନିକଟରେ ସମସ୍ତ ସୁବିଧା ପହଞ୍ଚାଇଦେବା ଲକ୍ଷ୍ୟରେ ମୋଦି ସରକାର କାମ କରୁଛି। ଏହି ସୁଯୋଗରେ ବୀରଗୋବିନ୍ଦପୁର ଗ୍ରାମର ୩୦ ବର୍ଷର ଆତ୍ମୀୟତା ତାଙ୍କୁ ସେବା କରିବାର ସୁଯୋଗ ଦେଇଛି ବୋଲି ମନ୍ତ୍ରୀ ପ୍ରଧାନ କହିଥିଲେ। ଗ୍ରାମର ଗୁରୁଜନ, ମା’ମାନଙ୍କ ନିକଟରୁ ସେ ଆଶିଷ ନେଇଥିଲେ। ସମ୍ମିଳନୀ ଗୃହ, ବାୟୋ ଶୌଚାଳୟ, ସୋଲାର ପାନୀୟ ଜଳ, ଆଲୋକୀକରଣ ଓ ପୁଷ୍କରିଣୀ ସୌର୍ନ୍ଦ୍ୟକରଣ କାମ କରାଯିବ ବୋଲି ସେ ସୂଚନା ଦେଇଥିଲେ। ପିଲାଦିନେ ଗ୍ରାମର ପୁରାତନ ସଂସ୍କୃତି, ଐତିହ୍ୟକୁ ମନେପକାଇ ଜଣେ ସାଙ୍ଗଙ୍କ ଅନୁରୋଧକ୍ରମେ ସ୍ଥାନୀୟ ଦକ୍ଷିଣକାଳୀଙ୍କ କାଳୀପୂଜା ଅବସରରେ ଯୋଗ ଦେଇଥିବା କହିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଆଇଟିଡିସିର ଅଧ୍ୟକ୍ଷ ଡ. ସମ୍ବିତ ପାତ୍ର, ପୁରୀ ବିଧାୟକ ଜୟନ୍ତୀ କୁମାର ଷଡ଼ଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଅଲେଖ ଚନ୍ଦ୍ର ଷଡ଼ଙ୍ଗୀ, ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଗୋପାଳ ଚନ୍ଦ୍ର ନନ୍ଦ, ସତ୍ୟବାଦୀ ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂ, ସ୍ଥାନୀୟ ନେତା ଓମପ୍ରକାଶ ମିଶ୍ର, ପୂର୍ବତନ ବିଧାୟକ ରବି ମଲ୍ଲିକ ପ୍ରମୁଖ ଯୋଗଦେଇଥିଲେ। ଆଇଓସିଏଲର ସାଧାରଣ ପରିଚାଳକ ଧନ୍ୟବାଦ ଦେଇଥିଲେ। ଗ୍ରାମର ଗୋପାଳକୃଷ୍ଣ ଯୁବକ ସଂଘର କର୍ମକର୍ତ୍ତା, ସଦସ୍ୟ ଓ ଗ୍ରାମ୍ୟ କମିଟି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri