Posted inଖେଳ

ଯୋଡ଼ିହେବେ ୨.୫ କୋଟି ପିଲା

ଢେଙ୍କାନାଳ ଅଫିସ,୪।୧୧: ଏବେକାର ପିଲା ଇଣ୍ଟରନେଟ୍‌ ଓ ଟେଲିଭିଜନ ମଧ୍ୟରେ ଅଟକିଯାଉଛନ୍ତି। ସେମାନଙ୍କୁ ପଡ଼ିଆକୁ ଆଣିବା ଏବଂ ବିଭିନ୍ନ ଖେଳରେ ସାମିଲ କରିବାକୁ ପ୍ରୟାସ ଆରମ୍ଭ ହୋଇଛି। ଫୁଟ୍‌ବଲ ଖେଳକୁ ପ୍ରୋତ୍ସାହିତ କରିବା ଲାଗି ସାରା ଦେଶରେ ୧୦ ଲକ୍ଷ ବଲ୍‌ ବଣ୍ଟାଯିବ। ଏହା ମାଧ୍ୟମରେ ୨.୫ କୋଟି ଛାତ୍ରୀଛାତ୍ର ଯୋଡ଼ିହେବେ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଢେଙ୍କାନାଳ ଷ୍ଟାଡିୟମ୍‌ରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ପ୍ରଥମ ବାଜି ରାଉତ କପ୍‌ ଜାତୀୟ ଫୁଟବଲ ଟୁର୍ନାମେଣ୍ଟକୁ ଉଦ୍‌ଘାଟନ କରି ସେ ଏହି ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଲେ, ଜବାହର ନବୋଦୟ ବିଦ୍ୟାଳୟ ମାଧ୍ୟମରେ ଦେଶର ସବୁ ଜିଲାର ସରକାରୀ ଓ ବେସରକାରୀ ସ୍କୁଲକୁ ଫୁଟ୍‌ବଲ ବଣ୍ଟନ କରାଯିବ। ଆଗାମୀ ଦିନରେ ମହିଳା ଓ ପୁରୁଷଙ୍କୁ ନେଇ ବିଶ୍ୱବିଦ୍ୟାଳୟସ୍ତରୀୟ ଫୁଟ୍‌ବଲ ପ୍ରତିଯୋଗିତା ଆୟୋଜନ କରିବା ପାଇଁ ଯୋଜନା ଚାଲିଛି। ଏହି ଖେଳରେ ମହିଳାଙ୍କୁ ଅଗ୍ରାଧିକାର ଦିଆଯିବ। ଅନ୍ତର୍ଜାତୀୟ ଫୁଟ୍‌ବଲ ମହାସଂଘ (ଫିଫା), ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍‌ଏଫ୍‌) ସହଯୋଗରେ ‘ଫୁଟବଲ୍‌ ଫର୍‌ ସ୍କୁଲ’ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଖେଲୋ ଇଣ୍ଡିଆ ଅଭିଯାନ, ଫିଟ୍‌ ଇଣ୍ଡିଆ ମାଧ୍ୟମରେ କ୍ରୀଡ଼ାକୁ ପ୍ରୋତ୍ସାହନ ଦିଆଯାଉଛି। ଯୁବତୀଯୁବକମାନେ ଫୁଟ୍‌ବଲ, କ୍ରିକେଟ, ଆଥ୍‌ଲେଟିକ୍ସ, ହକି, ଭଲିବଲ୍‌, ରଗ୍‌ବୀ, କବାଡ଼ି, ଖୋଖୋ ଭଳି କ୍ରୀଡ଼ାରେ ଭାଗନେବାକୁ ପଡ଼ିଆକୁ ଓହ୍ଲାନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ସ୍ବାଧୀନତାର ଅମୃତ ମହୋତ୍ସବ ଅବସରରେ ସର୍ବକନିଷ୍ଠ ଶହୀଦ ବାଜି ରାଉତଙ୍କ ସ୍ମୃତିରେ ଏହି ଜାତୀୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ କରାଯାଉଛି ବୋଲି ଧର୍ମେନ୍ଦ୍ର ସୂଚନା ଦେଇଥିଲେ। ଏଥିସହ ଶହୀଦ ବାଜିଙ୍କୁ ସେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
କାର୍ଯ୍ୟକ୍ରମରେ ଏମ୍‌ପି ମହେଶ ସାହୁ, ଏଆଇଏଫ୍‌ଏଫ୍‌ ସଭାପତି କଲ୍ୟାଣ ଚୌବେ, ଜିଲାପାଳ ସରୋଜ କୁମାର ସେଠୀ, ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ଅଞ୍ଜଳି ବେହେରା, ପୂର୍ବତନ ରାଜ୍ୟ ସଭା ସଦସ୍ୟ ରୁଦ୍ରନାରାୟଣ ପାଣି, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ଜିଲା କ୍ରୀଡ଼ା ସଂଘ ସମ୍ପାଦକ ନଳିନୀ କୁମାର ଦାସ, ଫୁଟବଲ ଅକାସୋସିଏଶନ ଯୁଗ୍ମ ସମ୍ପାଦକ ଅଭିଜିତ ପାଲ୍‌ ପ୍ରମୁଖ ଯୋଗ ଦେଇଥିଲେ। ନରେଶ ଚନ୍ଦ୍ର ମହାପାତ୍ର, ସୁନୀଲ ଶର୍ମା, ରାମଚନ୍ଦ୍ର ପାତ୍ର, ମହିମା ଯଶୋବନ୍ତ, ବିଷ୍ଣୁ ପ୍ରସାଦ ଲେଙ୍କା, ନବକିଶୋର ଗୁରୁ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri