ମହାପ୍ରଭୁଙ୍କୁ ୨.୫ କୋଟିର ଅଳଙ୍କାର

ପୁରୀ ଅଫିସ,୧୭।୨: ବସନ୍ତପଞ୍ଚମୀ ତଥା ରଥକାଠ ଅନୁକୂଳ ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ଜନୈକ ଭକ୍ତ ୮କିଲୋରୁ ଊର୍ଦ୍ଧ୍ୱ ଓଜନର ସୁନା ଓ ରୁପା ଅଳଙ୍କାର ଦାନ କରିଛନ୍ତି। ଏହି ଅଳଙ୍କାର ମଧ୍ୟରେ ବଳଭଦ୍ରଙ୍କର ୪୦ଟି ଶ୍ରୀମୁଖ ପଦ୍ମ, ୨ଟି ଝୋବା, ଶ୍ରୀଜଗନ୍ନାଥଙ୍କର ୫୩ଟି ଶ୍ରୀମୁଖ ପଦ୍ମ, ୨ଟି ଝୋବା ଏବଂ ମା’ ସୁଭଦ୍ରାଙ୍କର ୨ଟି ତଟକି ଓ ୨ଟି ଝୋବା ରହିଛି। ଏସବୁ ଅଳଙ୍କାର ମଧ୍ୟରେ ୪ କେଜି ୮୫୮ ଗ୍ରାମର ସୁନା ରହିଥିବା ବେଳେ ୩ କେଜି ୮୭୬ ଗ୍ରାମର ରୁପା ରହିଛି। ଏହାର ମୂଲ୍ୟ ପ୍ରାୟ ଅଢ଼େଇ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କୁ ଭେଟି ଦାତାଙ୍କ ପ୍ରତିନିଧି ଏହି ଦାନ କରିଥିଲେ। ଏହି ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର, ମାଧବ ଚନ୍ଦ୍ର ମହାପାତ୍ର, ମାଧବ ପୂଜାପଣ୍ଡା ସାମନ୍ତ, ତଳୁଚ୍ଛ ନୀଳକଣ୍ଠ ମହାପାତ୍ର ଓ ଅନନ୍ତ ତିଆଡ଼ି ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଦାତାଙ୍କ ନାମ ଗୋପନ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri