ମହାପ୍ରଭୁଙ୍କୁ ୨.୫ କୋଟିର ଅଳଙ୍କାର

ପୁରୀ ଅଫିସ,୧୭।୨: ବସନ୍ତପଞ୍ଚମୀ ତଥା ରଥକାଠ ଅନୁକୂଳ ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ଜନୈକ ଭକ୍ତ ୮କିଲୋରୁ ଊର୍ଦ୍ଧ୍ୱ ଓଜନର ସୁନା ଓ ରୁପା ଅଳଙ୍କାର ଦାନ କରିଛନ୍ତି। ଏହି ଅଳଙ୍କାର ମଧ୍ୟରେ ବଳଭଦ୍ରଙ୍କର ୪୦ଟି ଶ୍ରୀମୁଖ ପଦ୍ମ, ୨ଟି ଝୋବା, ଶ୍ରୀଜଗନ୍ନାଥଙ୍କର ୫୩ଟି ଶ୍ରୀମୁଖ ପଦ୍ମ, ୨ଟି ଝୋବା ଏବଂ ମା’ ସୁଭଦ୍ରାଙ୍କର ୨ଟି ତଟକି ଓ ୨ଟି ଝୋବା ରହିଛି। ଏସବୁ ଅଳଙ୍କାର ମଧ୍ୟରେ ୪ କେଜି ୮୫୮ ଗ୍ରାମର ସୁନା ରହିଥିବା ବେଳେ ୩ କେଜି ୮୭୬ ଗ୍ରାମର ରୁପା ରହିଛି। ଏହାର ମୂଲ୍ୟ ପ୍ରାୟ ଅଢ଼େଇ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କୁ ଭେଟି ଦାତାଙ୍କ ପ୍ରତିନିଧି ଏହି ଦାନ କରିଥିଲେ। ଏହି ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର, ମାଧବ ଚନ୍ଦ୍ର ମହାପାତ୍ର, ମାଧବ ପୂଜାପଣ୍ଡା ସାମନ୍ତ, ତଳୁଚ୍ଛ ନୀଳକଣ୍ଠ ମହାପାତ୍ର ଓ ଅନନ୍ତ ତିଆଡ଼ି ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଦାତାଙ୍କ ନାମ ଗୋପନ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ବିଭାଗୀୟ ଅପାରଗତାର ଚରମ ସୀମା: ନବନିର୍ମିତ କୋଠା ଏବେ ‘ମଦ୍ୟପଙ୍କ ସ୍ଵର୍ଗ’

ଥୁଆମୂଳ ରାମପୁର, ୯ା୫ (ଦୁର୍ଗା କୀର୍ତ୍ତି): କୃଷି ଓ କୃଷକର ଉନ୍ନତି ପାଇଁ ସରକାରୀ ସ୍ତରରେ ଯୋଜନାର ଅଭାବ ନାହିଁ, ମାତ୍ର କ୍ଷେତ୍ର ସ୍ତରରେ ଏହାର ରୂପାୟନ…

ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…

ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ବମକୋଇ ଠାକୁରାଣୀ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼; ପଦ୍ମଶ୍ରୀ ସିମାଞ୍ଚଳ ପାତ୍ରଙ୍କୁ ସମ୍ବର୍ଦ୍ଧିତ କଲା ଯାତ୍ରା କମିଟି

ଦିଗପହଣ୍ଡି, ୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମକୋଇ ଗ୍ରାମର ଆରାଧ୍ୟ ଦେବୀ ମା’ ବାମଦେଇ ଠାକୁରାଣୀଙ୍କ ପ୍ରସିଦ୍ଧ ଯାତ୍ରା ମହୋତ୍ସବ ଏବେ…

ବଟେଶ୍ୱର ପୀଠ ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ: ବିଧାୟକଙ୍କ ହସ୍ତକ୍ଷେପ ପରେ ତଦନ୍ତ, ଶ୍ରାବଣ ସୁଦ୍ଧା…

ଗଞ୍ଜାମ, ୯।୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପ୍ରସିଦ୍ଧ ଶୈବପୀଠ ବଟେଶ୍ୱର ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବକୁ ନେଇ ଶେଷରେ ପ୍ରଶାସନ ଓ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri