ନବୀକରଣ ଲାଗି ଖର୍ଚ୍ଚ ହେବ ୨.୫ କୋଟି

ଜଳେଶ୍ୱର, ୧୨ା୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱରର ନୂତନ ରେଳଷ୍ଟେଶନ ନିର୍ମାଣ ହେବା ପୂର୍ବରୁ ଏବେ ପୁରୁଣା ଷ୍ଟେଶନର ନବୀକରଣ ଆରମ୍ଭ ହୋଇଛି। ଏଥିରେ ମୋଟ ୨.୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ରେଳବାଇ ସୂତ୍ରରୁ ଜଣାପଡିଛି। କିନ୍ତୁ ଏହାର ନବୀକରଣ ପରେ ୩ନଂ. ରେଳପଥ, ମୁଖ୍ୟ ରେଳଷ୍ଟେଶନ ଓ ପ୍ରଶାସନିକ ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ପ୍ୟାନେଲ ବୋର୍ଡ କାର୍ଯ୍ୟ ୪ନଂ. ପ୍ଲାଟଫର୍ମ ନିକଟରେ ହେବ ବୋଲି ସୂଚନା ମିଳିଛି।
ରେଳପଥର ଖଡଗପୁର ଡିଭିଜନ୍‌ ଅନ୍ତର୍ଗତ ଜଳେଶ୍ୱର ରେଳଷ୍ଟେଶନ ବହୁ ପୁରୁଣା। ଏବେ ଏଠାରୁ ପ୍ରତିବର୍ଷ ପ୍ରାୟ ୧୧ କୋଟି ଟଙ୍କାର ରାଜସ୍ବ ଆଦାୟ ହୋଇଥାଏ। ଏହି ରେଳଷ୍ଟେଶନ ଉପରେ ଉତ୍ତର ବାଲେଶ୍ୱର, ମୟୂରଭଞ୍ଜ ଓ ପଶ୍ଚିମବଙ୍ଗର ପ୍ରାୟ ୧୦ଲକ୍ଷ ଲୋକ ନିର୍ଭର କରିଥାନ୍ତି। ଏବେ ଏହାର ନବୀକରଣ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ରେଳଷ୍ଟେଶନର କାର୍‌ ଓ ସାଇକେଲ ଷ୍ଟାଣ୍ଡ, ପାର୍କ, ର଼୍ୟାମ୍ପ, ଗମନାଗମନ ଲାଗି ରାସ୍ତା ନିର୍ମାଣରେ ପ୍ରାୟ ୨.୫କୋଟି ଟଙ୍କା ଖର୍ଚ୍ଚ ହେବ। ଏଣିକି କାର୍‌, ଟ୍ରେକର, ଟେମ୍ପୋ ଆଦି ଡ୍ରପ୍‌ ଜୋନରେ ଛାଡି ଅନ୍ୟତ୍ର ଯିବାକୁ ବାଧ୍ୟ ହେବ। ଷ୍ଟେଶନ ସମ୍ମୁଖରେ ଭକ୍ତକବି ଦୀନକୃଷ୍ଣ ଦାସଙ୍କ ପ୍ରତିମୂର୍ତ୍ତି ସ୍ଥାପନ, ପାର୍କ, ନୂତନ ବୁକିଂ କାଉଣ୍ଟର, ଶୌଚାଳୟ ଆଦି ନିର୍ମାଣ ହେବ ବୋଲି ଜଣାପଡିଛି। ଚଳିତବର୍ଷ ଏସବୁ କାର୍ଯ୍ୟ ଶେଷ ହେବ ବୋଲି ରେଳବାଇର ମୁଖ୍ୟ ଇଞ୍ଜିନିୟର ସଞ୍ଜୟ ବାନାର୍ଜି, ଡିଆର୍‌ଏମ୍‌ ଏମ୍‌.ଏସ୍‌ ହାସମି, ସନିୟର ଡିସିଏମ୍‌ ରାଜେଶ କୁମାର, ସିନିୟର ଡିଇଏନ୍‌ ଏସ୍‌କେ ସୌରଭ ପ୍ରମୁଖ କହିଛନ୍ତି। ଫଳରେ ଜଳେଶ୍ୱର ରେଳଷ୍ଟେଶନର ସୌନ୍ଦର୍ଯ୍ୟକରଣ ହେବା ସହିତ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଦୂର ହେବା ସମ୍ପର୍କରେ ଷ୍ଟେଶନ ମ୍ୟାନେଜର ଖଗେନ୍ଦ୍ର ମଣ୍ଡଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri