Posted inଖେଳ

ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ବାବଦକୁ ଦିଆଗଲା ୨.୫ କେଜିର ମାଛ

ନୂଆଦିଲ୍ଲୀ, ୨୧।୯: କୌଣସି ମ୍ୟାଚ୍‌ରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଖେଳାଳିଙ୍କୁ ‘ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌’ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି ସମୟରେ ଖେଳାଳିଙ୍କୁ ଟ୍ରଫି କିମ୍ବା ଅର୍ଥ ରାଶି ପ୍ରଦାନ କରାଯାଇଥାଏ। କିନ୍ତୁ ନିକଟରେ କଶ୍ମୀରର ଟେକିପୋରା କୁପ୍‌ଓ୍ବାରାଠାରେ ଏକ କ୍ରିକେଟ୍‌ ଟୁର୍ନାମେଣ୍ଟ ଆୟୋଜନ କରାଯାଇଥିଲା। ଏହି ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଖେଳାଳିଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ବାବଦକୁ ଏଭଳି ଏକ ଜିନିଷ ପ୍ରଦାନ କରାଯାଇଥିଲା ଯାହାକୁ ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ।
ଖେଳାଳି ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ ତାଙ୍କୁ ପୁରସ୍କାର ବାବଦକୁ ୨.୫ କେଜିର ଏକ ମାଛ ପ୍ରଦାନ କରାଯାଇଥିଲା। ପୁରସ୍କୃତ ବେଳର ଏହି ଫଟୋଟି ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ୍‌ ହେବାରେ ଲାଗିଛି। ଏହାକୁ ନେଇ କ୍ରିକେଟ୍‌ପ୍ରେମୀ ଅନେକ ମଜାଦାର ମନ୍ତବ୍ୟ ଦେଇଛନ୍ତି। ଏହି ଟୁର୍ନାମେଣ୍ଟକୁ ଚର୍ଚ୍ଚିତ କରିବା ଲାଗି ଆୟୋଜକଙ୍କ ପକ୍ଷରୁ ଏଭଳି କରାଯାଇଥିବା ଜଣାପଡ଼ିଛି। ଏଠାରେ ଉଲ୍ଲେଖଯୋଗ୍ୟ, ୨୦୧୭ରେ ଶ୍ରୀଲଙ୍କା ଗସ୍ତରେ ଭାରତୀୟ ଯୁବ ଦ୍ରୁତ ବୋଲର ଯଶପ୍ରୀତ୍‌ ବୁମ୍‌ରାଙ୍କୁ ଶ୍ରେଷ୍ଠ ଖେଳାଳି ପୁରସ୍କାର ବାବଦକୁ ଏକ ମିନି ଟ୍ରକ୍‌ ପ୍ରଦାନ କରାଯାଇଥିଲା। ସେହିଭଳି ୨୦୧୩ ଢାକା ପ୍ରିମିୟର ଲିଗ୍‌ରେ ଇଂଲଣ୍ଡର ଇଅନ ମୋର୍ଗାନଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ଆକାରରେ ଗୋଟିଏ ପ୍ରେସର କୁକର୍‌ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri