ନୂଆଦିଲ୍ଲୀ, ୫ା୨ (ପି.ଟି.)-ମଜୁରିଆ ଭାବେ କାର୍ଯ୍ୟ କରୁଥିବା ମଧ୍ୟପ୍ରଦେଶର ଜଣେ କୁସ୍ତିଯୋଦ୍ଧା ସନ୍ନି ଯାଦବଙ୍କୁ କ୍ରୀଡ଼ା ମନ୍ତ୍ରଣାଳୟ ୨.୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି। ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାଗୁଡ଼ିକ ଲାଗି ଟ୍ରେନିଂ ଏବଂ ପ୍ରସ୍ତୁତି ପାଇଁ ଆବଶ୍ୟକ ସରଞ୍ଜାମ କ୍ରୟ କରିବା କ୍ଷେତ୍ରରେ ସେ ଏହି ଅର୍ଥକୁ ବ୍ୟୟ କରିବେ। କ୍ରୀଡ଼ାବିତ୍ମାନଙ୍କ ଲାଗି ଉଦ୍ଦିଷ୍ଟ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଓ୍ବେଲଫେୟାର ଫଣ୍ଡ୍ରୁ ଯାଦବଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଯାଇଛି। ରାଜସ୍ଥାନର ଚିତ୍ତୋରଗଡ଼ଠାରେ ୨୦୧୮ରେ ଅନୁଷ୍ଠିତ ୨୩ ବର୍ଷରୁ କମ୍ ଜାତୀୟ ଜୁନିୟର ରେସ୍ଲିଂ ଚାମ୍ପିୟନଶିପ୍ ଏବଂ ୨୦୨୦ରେ ଭୁବନେଶ୍ୱରରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ୟନିଭର୍ସିଟି ଗେମ୍ସରେ ଯାଦବ ୬୦ କେଜି ଗ୍ରିକୋ-ରୋମାନ୍ ଇଭେଣ୍ଟରେ ଗୋଟିଏ ଲେଖାଏ ରୌପ୍ୟ ଜିତିଥିଲେ। କିନ୍ତୁ ଗତ କିଛିଦିନ ହେଲା ରେସ୍ଲିଂ ପ୍ରାକ୍ଟିସ ପରେ ଅନ୍ୟମାନଙ୍କ ଗାଡ଼ି ସଫା କରିବା ବ୍ୟତୀତ ମଜୁରିଆ ଭାବେ କାର୍ଯ୍ୟକରି ତାଙ୍କ ଗୁଜୁରାଣ ମେଣ୍ଟାଇ ଆସୁଛନ୍ତି। ଜଣେ କୁସ୍ତିଯୋଦ୍ଧା ହୋଇଥିବାରୁ ଏଥିପାଇଁ ଖାଦ୍ୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ। ମାତ୍ର କଠିନ ପରିଶ୍ରମ ସତ୍ତ୍ୱେ ସେ ଉପାର୍ଜନ କରୁଥିବା ଅର୍ଥ ଯଥେଷ୍ଟ ହେଉ ନାହିଁ। ଅନ୍ୟଠାରୁ ଋଣ କରି ସେ ତାଙ୍କ ଟ୍ରେନିଂ ଜାରି ରଖିଛନ୍ତି। ୨୦୧୭ରେ ଯାଦବଙ୍କ ପିତାଙ୍କର ବ୍ରେନ୍ ହାମରେଜ୍ରେ ପ୍ରାଣହାନି ଘଟିଥିଲା। ଏହାପରେ ସେ ଆର୍ଥିକ ଅନଟନ ଦେଇ ଗତି କରୁଛନ୍ତି।
କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି
ଆଡିଲେଡ୍,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍ ଫାଷ୍ଟ ବୋଲର ବ୍ରେଟ୍ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ କରାଯାଇଛି। ଘାତକ ପେସ୍ ସାଙ୍ଗକୁ ଆଦର୍ଶ...
କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…
ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...
T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…
ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...
ଟି୨୦ରେ ହରମନପ୍ରୀତ୍ଙ୍କ ବିଶ୍ୱ ରେକର୍ଡ
ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...
Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ
ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...
ବାମଣ୍ଡା କପ୍ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ
ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍ ଅରୁଣୋଦୟ ରାଞ୍ଚି...
ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍ଙ୍କୁ ଆସିଲା ହୃଦ୍ଘାତ, ଆଉ ତା’ପରେ…
ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...
ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ
ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...
Archives


