ନୂଆଦିଲ୍ଲୀ, ୫ା୨ (ପି.ଟି.)-ମଜୁରିଆ ଭାବେ କାର୍ଯ୍ୟ କରୁଥିବା ମଧ୍ୟପ୍ରଦେଶର ଜଣେ କୁସ୍ତିଯୋଦ୍ଧା ସନ୍ନି ଯାଦବଙ୍କୁ କ୍ରୀଡ଼ା ମନ୍ତ୍ରଣାଳୟ ୨.୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି। ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାଗୁଡ଼ିକ ଲାଗି ଟ୍ରେନିଂ ଏବଂ ପ୍ରସ୍ତୁତି ପାଇଁ ଆବଶ୍ୟକ ସରଞ୍ଜାମ କ୍ରୟ କରିବା କ୍ଷେତ୍ରରେ ସେ ଏହି ଅର୍ଥକୁ ବ୍ୟୟ କରିବେ। କ୍ରୀଡ଼ାବିତ୍ମାନଙ୍କ ଲାଗି ଉଦ୍ଦିଷ୍ଟ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଓ୍ବେଲଫେୟାର ଫଣ୍ଡ୍ରୁ ଯାଦବଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଯାଇଛି। ରାଜସ୍ଥାନର ଚିତ୍ତୋରଗଡ଼ଠାରେ ୨୦୧୮ରେ ଅନୁଷ୍ଠିତ ୨୩ ବର୍ଷରୁ କମ୍ ଜାତୀୟ ଜୁନିୟର ରେସ୍ଲିଂ ଚାମ୍ପିୟନଶିପ୍ ଏବଂ ୨୦୨୦ରେ ଭୁବନେଶ୍ୱରରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ୟନିଭର୍ସିଟି ଗେମ୍ସରେ ଯାଦବ ୬୦ କେଜି ଗ୍ରିକୋ-ରୋମାନ୍ ଇଭେଣ୍ଟରେ ଗୋଟିଏ ଲେଖାଏ ରୌପ୍ୟ ଜିତିଥିଲେ। କିନ୍ତୁ ଗତ କିଛିଦିନ ହେଲା ରେସ୍ଲିଂ ପ୍ରାକ୍ଟିସ ପରେ ଅନ୍ୟମାନଙ୍କ ଗାଡ଼ି ସଫା କରିବା ବ୍ୟତୀତ ମଜୁରିଆ ଭାବେ କାର୍ଯ୍ୟକରି ତାଙ୍କ ଗୁଜୁରାଣ ମେଣ୍ଟାଇ ଆସୁଛନ୍ତି। ଜଣେ କୁସ୍ତିଯୋଦ୍ଧା ହୋଇଥିବାରୁ ଏଥିପାଇଁ ଖାଦ୍ୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ। ମାତ୍ର କଠିନ ପରିଶ୍ରମ ସତ୍ତ୍ୱେ ସେ ଉପାର୍ଜନ କରୁଥିବା ଅର୍ଥ ଯଥେଷ୍ଟ ହେଉ ନାହିଁ। ଅନ୍ୟଠାରୁ ଋଣ କରି ସେ ତାଙ୍କ ଟ୍ରେନିଂ ଜାରି ରଖିଛନ୍ତି। ୨୦୧୭ରେ ଯାଦବଙ୍କ ପିତାଙ୍କର ବ୍ରେନ୍ ହାମରେଜ୍ରେ ପ୍ରାଣହାନି ଘଟିଥିଲା। ଏହାପରେ ସେ ଆର୍ଥିକ ଅନଟନ ଦେଇ ଗତି କରୁଛନ୍ତି।
ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ
ଦୁବାଇ,୫ା୯: ମହିଳା ଏସିଆ କପ୍ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…
ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ
ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…
ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା
ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…
Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ
ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…
ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା
ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…
ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ
ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…
ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି
ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…
‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା
ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…
Archives

