ପୋଲାଣ୍ଡରେ ୨.୫ ନିୟୁତ ଶରଣାର୍ଥୀ, ବୁଚା ପରେ ଏବେ ସୁମିରେ ସମାନ ସ୍ଥିତି…

କ୍ୱିଭ୍‌, ୫।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଗତ ୪୧ ଦିନ ଧରି ଯୁଦ୍ଧ ଜାରି ରହିଛି। ଅପରପକ୍ଷରେ, କ୍ୱିଭ୍‌ର ବୁଚାଠାରେ ହୋଇଥିବା ହତ୍ୟାକାଣ୍ଡର ଫଟୋ ଏବେ ସୋସିଆଲ ମିଡ଼ିଆରେ ହଇଚଇ ସୃଷ୍ଟି କରିଛି। ବୁଚାରେ ୪୦୦ରୁ ଅଧିକ ମୃତଦେହ ମିଳିଛି ଏବଂ ଏପର୍ଯ୍ୟନ୍ତ ମୃତଦେହ ଉଦ୍ଧାର କରାଯାଉଛି। ଏହାର ଜବାବରେ ରାଷ୍ଟ୍ରପତି ଭୋଲଡମିୟର ଜେଲେନସ୍କି ରୁଷିଆର ସୈନିକମାନଙ୍କୁ ହତ୍ୟାକାରୀ ଏବଂ ବଳାତ୍କାରୀ ବୋଲି କହିଛନ୍ତି। ବୁଚା ପରେ ଏବେ ସୁମି ସହରର ନରସଂହାରର ଫଟୋ ବେଶ୍‌ ଭାଇରାଲ ହେବାରେ ଲାଗିଛି।

ୟୁକ୍ରେନର ସୁମିରେ ସାଧାରଣ ଲୋକଙ୍କ ମୃତଦେହ ଖୋଜିବା ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ଏଠାରେ ରାଜ୍ୟପାଳ କହିଛନ୍ତି ଯେ ସୁମିର କୋନୋଟୋପରେ ୟୁକ୍ରେନ ବହୁ ନାଗରିକଙ୍କ ମୃତଦେହ ମିଳିଛି। ବୁଚା ଭଳି ଏଠାରେ ମଧ୍ୟ ସାଧାରଣ ଲୋକଙ୍କୁ ହତ୍ୟା କରାଯିବା ପୂର୍ବରୁ ନିର୍ଯାତନା ଦିଆଯାଇଥିବା ସେ କହିଛନ୍ତି।

ୟୁକ୍ରେନର ବାୟୁସେନା କହିଛି ଯେ ପଶ୍ଚିମ ୟୁକ୍ରେୁନ୍‌ରେ ତିନୋଟି ରୁଷୀୟ କ୍ଷେପଣାସ୍ତ୍ର ଦ୍ୱାରା ଆକ୍ରମଣ କରାଯାଇଥିଲା। ଏଥିସହିତ ଚତୁର୍ଥ କ୍ଷେପଣାସ୍ତ୍ରକୁ ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପୂର୍ବରୁ ଅଟକାଇ ଦିଆଯାଇଥିଲା। ଏହି କ୍ଷେପଣାସ୍ତ୍ରଗୁଡିକ ବେଲାରୁଷର ଏସ୍‌ୟୁ-୩୫ ଜେଟରୁ ଉତକ୍ଷେପଣ କରାଯାଇଥିଲା।

ରୁଷିଆର ଆକ୍ରମଣ ପରେ ୟୁକ୍ରେନୀୟମାନେ ଅନ୍ୟ ଦେଶରେ ଆଶ୍ରୟ ନେଉଛନ୍ତି। ପୋଲାଣ୍ଡର ଅଧିକାରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ପୋଲାଣ୍ଡରେ ୨.୫ ନିୟୁତ ୟୁକ୍ରେନ ଶରଣାର୍ଥୀ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri