Posted inଜାତୀୟ

୨ ନିର୍ବାଚନ କମିଶନର ପଦବୀ ପାଇଁ ୫ ନାମ

ନୂଆଦିଲ୍ଲୀ,୧୩ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ଖାଲି ପଡ଼ିଥିବା ୨ ନିର୍ବାଚନ କମିଶନର (ଇସି) ପଦବୀ ପୂରଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜୋରଦାର ଉଦ୍ୟମ ଚାଲିଛି। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନରାମ ମେଘଓ୍ବାଲଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ଅନୁଷ୍ଠିତ ବୈଠକରେ ୫ ଜଣ ପ୍ରାର୍ଥୀଙ୍କ ନାମ ଚୟନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗୁରୁବାର ହେବାକୁ ଥିବା ଚୟନ କମିଟି ବୈଠକରେ ଏହି ୫ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ବଛାଯିବ। କମିଟିର ସୁପାରିସ ଅନୁସାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଜଣଙ୍କୁ ନୂଆ ଇସି ରୂପେ ନିଯୁକ୍ତି ଦେବେ। ଏହି ନିଯୁକ୍ତି ନୂଆ ଆଇନ ଅନୁସାରେ କରାଯିବ। ତେବେ ପ୍ରଧାନମନ୍ତ୍ରୀ, ତାଙ୍କ ଦ୍ୱାରା ବଛାଯାଇଥିବା ଜଣେ କେନ୍ଦ୍ରମନ୍ତ୍ରୀ ଏବଂ ବିରୋଧୀ ଦଳ ନେତାଙ୍କୁ ନେଇ ଗଠିତ ସିଲେକ୍ସନ ପ୍ୟାନେଲ ପ୍ରସ୍ତାବିତ ୫ ଜଣଙ୍କୁ ବାଦ୍‌ ଦେଇ ଅନ୍ୟ କାହାକୁ ମଧ୍ୟ ଇସି ଭାବେ ନିଯୁକ୍ତ କରିପାରିବେ। ପ୍ରକାଶ ଯେ, ଇସି ଅନୁପ କୁମାର ଗତ ଫେବୃୟାରୀ ୧୪ରେ ଅବସର ନେଇଥିବାବେଳେ ଅରୁଣ ଗୋଏଲ ମାର୍ଚ୍ଚ ୮ରେ ପଦରୁ ଇସ୍ତଫା ଦେଇଥିଲେ। ଲୋକ ସଭା ସହ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ ଓ ସିକିମ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ତାରିଖ ଘୋଷଣା କରାଯାଇପାରେ। ଏଭଳି ସ୍ଥଳେ କେବଳ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାରଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଛାଡ଼ି ଦିଆଯାଇ ନ ପାରେ।
ନିଯୁକ୍ତି କମିଟିରୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ବାଦ୍‌ ଦିଆଯାଇଥିବାରୁ ଏହି ପ୍ରକ୍ରିୟାକୁ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌) ପକ୍ଷରୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଜଷ୍ଟିସ୍‌ ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ଖଣ୍ଡପୀଠ ଶୁକ୍ରବାର ଏଡିଆର୍‌ ଆବେଦନର ଶୁଣାଣି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri