ତେଲ ଟ୍ୟାଙ୍କରରୁ ଜବତ ହେଲା ୨.୫ କୁଇଣ୍ଟାଲ ଗଞ୍ଜେଇ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ତେଲ ଟ୍ୟାଙ୍କରରେ ଚାଲାଣ ହେଉଥିଲା ଗଞ୍ଜେଇ। ସ୍ବତନ୍ତ୍ର ଭାବେ ପ୍ୟାକିଂ କରାଯାଇ ଟାଙ୍କି ଭିତରେ ରଖାଯାଇଥିଲା। ପୋଲିସ ନଜରରୁ ବର୍ତ୍ତିବା ପାଇଁ ଏଭଳି ଅଭିନବ କୌଶଳ ଆପଣାଇଥିଲେ ଗଞ୍ଜେଇ ଚାଲାଣକାରୀ। ଏପରି କି କୋରାପୁଟରୁ ଦୀର୍ଘ ୪୫୦ କିମିରୁ ଅଧିକ ଦୂର ଅତିକ୍ରମ କରି ଭୁବନେଶ୍ୱରରେ ପହଞ୍ଚତ୍ ସାରିଥିଲେ। ରସୁଲଗଡ଼ ଦେଇ ଜାତୀୟ ରାଜପଥରେ ଯାଉଥିବାବେଳେ ଧରି ପକାଇଥିଲା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଟିମ୍‌। ଟ୍ୟାଙ୍କର ଯାଞ୍ଚ କରାଯିବାରୁ ଟାଙ୍କିରୁ ମିଳିଥିଲା ୨.୫ କୁଇଣ୍ଟାଲ ଗଞ୍ଜେଇ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ଦୁଇଜଣ ଆନ୍ତଃରାଜ୍ୟ ବେପାରିଙ୍କୁ ଏନ୍‌ସିବି ଗିରଫ କରିଛି। ସେମାନେ ହେଲେ ବିହାର ଭୋଜପୁର ଜିଲା ଆର୍‌ହା ଅଞ୍ଚଳର ସୁନିଲ୍‌ ରଏ ଓ ଦଖିଣୱାର୍‌ ଅଞ୍ଚଳର ଅଜିନ୍ଦେଓ ବିନ୍‌। ଅଭିଯୁକ୍ତଦ୍ୱୟଙ୍କୁ ଏନ୍‌ସିବି କୋର୍ଟ ଚାଲାଣ କରିଥିଲା। ଜାମିନ୍‌ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri