୩ କମ୍ପାନୀର ୨.୫୨ କୋଟି ଅଚଳ

ଭୁବନେଶ୍ୱର,୩୧।୭ (ବ୍ୟୁରୋ): ଗ୍ରାହକଙ୍କୁ ଆପ୍‌ ଦ୍ୱାରା ଲୋନ୍‌ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଆଦାୟ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ)। ଏହି ମାମଲାରେ (ନଂ.୯/୨୦୨୨)ରେ ମାଷ୍ଟରମାଇଣ୍ଡ ଥିବା ଚାଇନା ନାଗରିକ ଲିୟୁ ଇ’ଙ୍କ ବିରୋଧରେ ପୂର୍ବରୁ ଲୁକ୍‌ ଆଉଟ୍‌ ସର୍କୁଲାର ଜାରି କରାଯାଇଥିବାବେଳେ ଏବେ ଇଓଡବ୍ଲ୍ୟୁ ତାଙ୍କର ୩ଟି ସେଲ୍‌ କମ୍ପାନୀର ଆକାଉଣ୍ଟରୁ ୨.୫୨ କୋଟି ଟଙ୍କା ଅଚଳ (ଫ୍ରିଜ୍‌) କରିଛି। ଏନେଇ ଇଓଡବ୍ଲ୍ୟୁ ପକ୍ଷରୁ ଶନିବାର ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ଟଙ୍କା ଫ୍ରିଜ୍‌ କରାଯାଇଥିବା ସେଲ୍‌ କମ୍ପାନୀଗୁଡ଼ିକ ହେଲା ଝାଡ଼ଖଣ୍ଡ ଜାମ୍‌ସେଦ୍‌ପୁରସ୍ଥିତ ବିଟିଡବ୍ଲ୍ୟୁଓ କନ୍‌ସଲ୍‌ଟିଂ ପ୍ରାଇଭେଟ ଲିମିଟେଡ୍‌, ପୁଣେସ୍ଥିତ ଜିୟାଲିଙ୍ଗ୍‌ ଟେକ୍ନୋଲୋଜି ପ୍ରାଇଭେଟ୍‌ ଲିମିଟେଡ୍‌ ଓ ବେଙ୍ଗାଲୁରୁସ୍ଥିତ ଓମ୍‌ଲେଟ୍‌ ଟେକ୍ନୋଲୋଜି ପ୍ରାଇଭେଟ୍‌ ଲିମିଟେଡ୍‌। ଏହି ମାମଲାରେ ପୂର୍ବରୁ ଲିୟୁଙ୍କ ୫ ସହଯୋଗୀ ଇଓଡବ୍ଲ୍ୟୁ ଦ୍ୱାରା ଗିରଫ ହୋଇ ଜେଲରେ ଅଛନ୍ତି। ସେହିପରି ପୂର୍ବରୁ ସେଲ୍‌ କମ୍ପାନୀ ‘ମହାଗ୍ରାମ ପେମେଣ୍ଟ୍‌ସ ପ୍ରାଇଭେଟ ଲିମିଟେଡ’ର ୪ଟି ଆକାଉଣ୍ଟରୁ ୬ କୋଟି ୫୭ ଲକ୍ଷ ୩୪ ହଜାର ୮୨୯ ଟଙ୍କା ମଧ୍ୟ ଫ୍ରିଜ୍‌ କରିଛି ଇଓଡବ୍ଲ୍ୟୁ। ଫ୍ରିଜ୍‌ କରାଯାଇଥିବା ସେଲ୍‌ କମ୍ପାନୀର ନିର୍ଦ୍ଦେଶକମାନଙ୍କୁ ଇଓଡବ୍ଲ୍ୟୁ ଧରିବାକୁ ଚେଷ୍ଟା ଜାରି ରଖିଛି। ଏଥିସହ ମାଷ୍ଟରମାଇଣ୍ଡ୍‌ ଲିୟୁ ଇଙ୍କୁ ମଧ୍ୟ ଗିରଫ କରିବାକୁ ଖୋଜା ଚାଲିଛି। ତାଙ୍କ ଉପରେ ନଜର ରଖିବାକୁ ଲ’ ଏନ୍‌ଫୋର୍ସମେଣ୍ଟ ଏଜେନ୍ସି ଓ ପୋଲିସକୁ ମଧ୍ୟ କୁହାଯାଇଛି।
ସୂଚନାଯୋଗ୍ୟ, ୨୦୧୯ରେ ଭାରତରେ ବେଆଇନ ଲୋନ ଆପ୍‌ କାରବାର ଆରମ୍ଭ କରିଥିଲେ ମାଷ୍ଟରମାଇଣ୍ଡ୍‌ ଲିୟୁ ଇ। ସହଯୋଗୀଙ୍କ ଦ୍ୱାରା ଲିୟୁ ସାଧାରଣ ଲୋକଙ୍କୁ ପ୍ରବର୍ତ୍ତାଇ ସେମାନଙ୍କ ନାମରେ ସିମ୍‌ କାର୍ଡ ସହ ବ୍ୟାଙ୍କ ଆକାଉଣ୍ଟ ଖୋଲୁଥିଲେ। ଏଥିସହ ଉକ୍ତ ଲୋକଙ୍କୁ କମ୍ପାନୀର ନିର୍ଦ୍ଦେଶକ ଓ କର୍ମଚାରୀ ଦାୟିତ୍ୱ ଦେଉଥିଲେ। ପରବର୍ତ୍ତୀ ସମୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟ ଓ କମ୍ପାନୀକୁ ଲିୟୁ ହିଁ ପରିଚାଳନା କରୁଥିଲେ। କୋକୋ ଓ ଜୋଜୋ ଆପ୍‌ ସମେତ ଏକାଧିକ ଲୋନ୍‌ ଆପ୍‌ ମାଧ୍ୟମରେ ଠକେଇ ପାଇଁ ଜାଲ ବିଛାଉଥିଲେ। ଯେଉଁ ଗ୍ରାହକଙ୍କ ଆକାଉଣ୍ଟରେ ଠକେଇ ଟଙ୍କା କାରବାର ହେଉଥିଲା, ସେମାନଙ୍କୁ ୩ରୁ ୧୦ ହଜାର ଟଙ୍କା ଦେଇ ବହୁଗୁଣା ଟଙ୍କା ନିଜେ ନେଉଥିଲେ। ଟଙ୍କା ନ ଦେଲେ କର୍ମଚାରୀଙ୍କ ଦ୍ୱାରା ଗାଳି, ଧମକ ଓ ନିର୍ଯାତନା ଦିଆଯାଉଥିଲା। ତଦନ୍ତ ବାଟବଣା କରିବାକୁ ଗ୍ରାହକଙ୍କଠାରୁ ମାଷ୍ଟରମାଇଣ୍ଡ୍‌ ଲିୟୁ ବିଭିନ୍ନ ମାଧ୍ୟମ ଦେଇ ଟଙ୍କା ନେଇଥାନ୍ତି। ୧୦୦ରୁ ଊର୍ଦ୍ଧ୍ୱ ଅଭିଯୋଗ ହେବା ପରେ ଇଓଡବ୍ଲ୍ୟୁ ଏପ୍ରିଲ୍‌ ୨୧ରେ ଏକ ମାମଲା (ନଂ.୯/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri