Posted inଜାତୀୟ

ପ୍ରଦୂଷଣ ଯୋଗୁ ୨.୬ ଲକ୍ଷ କୋଟି କ୍ଷତି

ମୁମ୍ବାଇ, ୨।୧: ପ୍ରଦୂଷଣ କବଳରେ ପୂରା ବିଶ୍ୱ। ଦିନକୁ ଦିନ ଏହାର ମାତ୍ରାଧିକ ବୃଦ୍ଧି ଜୀବନ ଧାରଣର ମାନ କମାଇଛି। ବିଭିନ୍ନ ଦେଶ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ଯଥେଷ୍ଟ ହେଉ ନ ଥିବାରୁ ଏହାର ସାମ୍‌ନା କରିବା ଏବେ ବଡ଼ ଆହ୍ବାନ। କେବଳ ଭାରତରେ ବାୟୁ ପ୍ରଦୂଷଣ ଜନିତ ରୋଗ ଓ ମୃତ୍ୟୁ ଯୋଗୁ ୨୦୧୯ରେ ୨,୬୦,୦୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା କ୍ଷତି ହୋଇଛି। ଏକ ଅନୁସନ୍ଧାନ ମୁତାବକ, ସେହିବର୍ଷ ଏହା ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ୧.୪ ପ୍ରତିଶତ ହ୍ରାସ ପାଇବାର କାରଣ ହୋଇଥିଲା। ଭାରତରେ ବାୟୁ ପ୍ରଦୂଷଣର ମାତ୍ରା ଚିନ୍ତାଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ୨୦୧୯ରେ ଦେଶରେ ଏଥିଜନିତ ରୋଗରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତି ଓ ମୃତକଙ୍କ ତଥ୍ୟକୁ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଏୟାର ପଲ୍ୟୁସନ ଦେଶର ଅର୍ଥନୀତିକୁ କିପରି ପ୍ରଭାବିତ କରିଛି ତାକୁ ନେଇ ଏମ୍ସ, ଆଇସିଏମ୍‌ଆର ଏବଂ ଦିଲ୍ଲୀ ଆଇଆଇଟିର ଅନୁସନ୍ଧାନକାରୀମାନେ ସାମିଲ କରିଥିଲେ। ଲାନ୍‌ସେଟ୍‌ ପ୍ଲାନେଟୋରି ହେଲ୍‌ଥ ଜର୍ନାଲରେ ଗ୍ଲୋବାଲ ବର୍ଡନ ଅଫ୍‌ ଡିଜିଜ ଷ୍ଟଡି ରିପୋର୍ଟ ପ୍ରକାଶିତ ହୋଇଛି।
ମୁତାବକ, ଭାରତରେ ବାୟୁ ପ୍ରଦୂଷଣ ଯୋଗୁ ପ୍ରାୟ ୧୬.୭ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ସଂଖ୍ୟା ଦେଶରେ ସମୁଦାୟ ମୃତ୍ୟୁର ୧୮ ପ୍ରତିଶତ। ସେମାନଙ୍କ ମଧ୍ୟରୁ ୯.୮ ଲକ୍ଷ ଲୋକଙ୍କ ପର୍ଟିକୁଲେଟ ମ୍ୟାଟର ବା କଣିକା ପଦାର୍ଥ ଯୋଗୁ ଘଟିଛି। ଘରୋଇ ବାୟୁ ପ୍ରଦୂଷଣ ଯୋଗୁ ୬.୧ ଲକ୍ଷ ଲୋକଙ୍କ ଜୀବନ ଯାଇଛି। ଆର୍ଥିକ କ୍ଷତି ରୂପେ ହିସାବକୁ ନିଆଗଲେ ତାହା ୨.୬ ଲକ୍ଷ ଟଙ୍କାର ହେବ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଘରୋଇ ବ୍ୟବସାୟିକ ପ୍ରତିଷ୍ଠାନ, ଖଣିଜ ଧୂଳି ଧୂଅଁା, କୋଇଲା ବ୍ୟବହାର, ଶିଳ୍ପାନୁଷ୍ଠାନ ନିର୍ଗତ ବର୍ଜ୍ୟ, ନିର୍ମାଣ କାର୍ଯ୍ୟ, ମାତ୍ରାଧିକ ଯାନବାହନ ବ୍ୟବହାର, ଇଟା ଚୁଲା ଆଦି ଭାରତରେ ବାୟୁ ପ୍ରଦୂଷଣର ମୁଖ୍ୟ ଉତ୍ସ ପାଲଟିଛି। ଅନ୍ୟପକ୍ଷରେ ବାୟୁ ପ୍ରଦୂଷଣ ସମ୍ବନ୍ଧୀୟ ରୋଗ ପାଇଁ ନିମ୍ନମାନର ଚିକିତ୍ସା ବ୍ୟବସ୍ଥାକୁ ମଧ୍ୟ ଦାୟୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri