ଚାକିରି ନାଁରେ ୨୭ ଲକ୍ଷ ଠକେଇ

ଜଗନ୍ନାଥପ୍ରସାଦ,୧୬ା୧୨(ଡି.ଏନ.ଏ.): ବିଶାଖାପାଟଣା ପୋର୍ଟରେ ଚାକିରି ଦେବା ନାଁରେ ୨୭ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ ମଙ୍ଗଳବାର ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ପୋଲିସ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ସରକୁମ୍ପା ଗ୍ରାମର ବଂଶୀଧର ପଟ୍ଟନାୟକ। ବଂଶୀଧର ୨୦୧୮ ଡିସେମ୍ବରରେ ବିଶାଖାପାଟଣା ଅନ୍ତର୍ଗତ ପୋର୍ଟ ଅଞ୍ଚଳରେ ରହୁଥିଲେ। ନିଜକୁ ଗୋପାଳପୁର ପୋର୍ଟର ସୁପରଭାଇଜର ପରିଚୟ ଦେଇ ପୋର୍ଟରେ ବ୍ଲାକ୍‌ ଡାଇମଣ୍ଡ, ରେଡ୍‌ରୋଜ ନାମକ ଦୁଇଟି ଜାହାଜ ଥିବା ସେଠାରେ କେତେଜଣ ଶ୍ରମିକଙ୍କୁ କହିଥିଲେ। ବିଶାଖାପାଟଣା ପୋର୍ଟରେ କାମ କରୁଥିବା ଅସ୍ଥାୟୀ କର୍ମଚାରୀ କର୍ମଚାରୀ ଏମ୍‌. ନାନୀ ବାବୁଙ୍କ ସହ ବଂଶୀଧର ବନ୍ଧୁତା କରିଥିଲେ। ଗୋପାଳପୁର ପୋର୍ଟରେ ଚାକିରି କରାଇ ଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ପ୍ରାୟ ୯୦ ଜଣଙ୍କଠାରୁ ୩୦ ହଜାର ଟଙ୍କା ଲେଖାଏ ମୋଟ ୨୭ ଲକ୍ଷ ଟଙ୍କା ନେଇଥିଲେ। ୨୦୨୦ ଅଗଷ୍ଟ ମଧ୍ୟରେ ସମସ୍ତଙ୍କୁ ଚାକିରିରେ ଯୋଗ ଦେବାକୁ ମିଥ୍ୟା ନିଯୁକ୍ତିପତ୍ର ପ୍ରଦାନ କରିଥିଲେ। ହେଲେ ଗତ ଅଗଷ୍ଟ ପରଠାରୁ ଟଙ୍କା ଦେଇଥିବା ବ୍ୟକ୍ତି ଓ ଲେବର ୟୁନିୟନର ନାନୀ ବାବୁ ବାରମ୍ବାର ଫୋନ କରିଥିଲେ ମଧ୍ୟ ବଂଶୀଧର ଉଠାଇ ନ ଥିଲେ। ନାନୀ ବାବୁ ବହୁ ଖୋଜାଖୋଜି ପରେ ଜଗନ୍ନାଥପ୍ରସାଦ ବଜାରରେ ବଂଶୀଧରଙ୍କୁ ଦେଖି ତାଙ୍କର ଗାଡ଼ି ନମ୍ବର ଚିହ୍ନି ସ୍ଥାନୀୟ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ କରି ବଂଶୀଧରଙ୍କୁ ତାଙ୍କ ଘରୁ ଧରିବା ସହ ନ କଲି କାଗଜପତ୍ର ଓ ୪୮ ହଜାର ଟଙ୍କା ଜବତ କରିଥିଲା। ପଚରାଉଚରା ବେଳେ ବଂଶୀଧର ଠକେଇ କରିଥିବା ସ୍ବୀକାର କରିଥିଲେ। ବିଶାଖାପାଟଣାରୁ ଆସିଥିବା ଏମ୍‌. ନାନୀଙ୍କ ଏତଲା କ୍ରମେ ପୋଲିସ ନଂ.୨୯୮/୨୦ ମାମଲା ରୁଜୁ କରି ଠକେଇ ଅର୍ଥରେ କିଣିଥିବା ସ୍କୁଟିକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….

ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri