ଭୁବନେଶ୍ୱର, ୯।୧(ବ୍ୟୁରୋ): ନକଲି ଚେକ୍ରେ ବ୍ୟାଙ୍କରୁ ୨.୮୭ କୋଟି ଟଙ୍କା ଉଠାଇ ନେଇଥିବା ଜଣେ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରାଉରକେଲାର ବିଏମ୍ପି ଆଣ୍ଡ୍ ସନ୍ସ କନଷ୍ଟ୍ରକ୍ସନ ପ୍ରାଇଭେଟ୍ ଲିମିଟେଡ୍ର ମୁଖ୍ୟ ବି. ମୂର୍ତ୍ତି ପିଲାଇ। ବ୍ୟାଙ୍କ ଅଫ୍ ଇଣ୍ଡିଆ ରାଉରକେଲା ଶାଖାର ମୁଖ୍ୟ ପରିଚାଳକ ଅଞ୍ଜାନି କୁମାର ସିଂ ଆଜାଦଙ୍କ ଲିଖିତ ଅଭିଯୋଗକ୍ରମେ ଇଓଡବ୍ଲ୍ୟୁ ପୂର୍ବରୁ ମାମଲା (ନଂ.୧/୨୦) ରୁଜୁ କରି ତଦନ୍ତ କରୁଥିଲା। ଶୁକ୍ରବାର ଅଭିଯୁକ୍ତ ବି. ମୂର୍ତ୍ତିଙ୍କୁ ଗିରଫ କରି ପଚରାଉଚରା ପରେ ରାଉରକେଲା ପାନପୋଷ ଏସ୍ଡିଜେଏମ୍ କୋର୍ଟକୁ ଚାଲାଣ କରିଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ମୁତାବକ, ବି. ମୂର୍ତ୍ତିଙ୍କର ବ୍ୟାଙ୍କ ଅଫ୍ ଇଣ୍ଡିଆ ରାଉରକେଲା ଶାଖାରେ କ୍ୟାଶ୍ କ୍ରେଡିଟ୍ ଆକାଉଣ୍ଟ ରହିଛି। ସେ ନିଜର ବ୍ୟକ୍ତଗତ ଫାଇଦା ପାଇଁ କର୍ନାଟକ ରାଜ୍ୟ ସମବାୟ ମାର୍କେଟିଂ ଫେଡେରେଶନ ଲିମିଟେଡ୍ ନାମରେ ୨.୮୭ କୋଟି ଟଙ୍କାର ଏକ ନକଲି ଚେକ୍ ପ୍ରସ୍ତୁତ କରିଥିଲେ। ଗତ ନଭେମ୍ବର ୩ରେ ଉକ୍ତ ନକଲି ଚେକ୍ ନଂ.୩୮୩୦୫୪ ଜମା କରି ବ୍ୟାଙ୍କ ଅଫ୍ ଇଣ୍ଡିଆରୁ ୨.୮୭ କୋଟି ଟଙ୍କା ହାତେଇଥିଲେ। ଉକ୍ତଦିନ ନିଜ ନାମରେ ରହିଥିବା ଅନ୍ୟ ବ୍ୟାଙ୍କ ଆକାଉଣ୍ଟକୁ ୨. ୬କୋଟି ଓ ସମ୍ପର୍କୀୟଙ୍କ ନାମରେ ଥିବା ଆକାଉଣ୍ଟକୁ ଅବଶିଷ୍ଟ ଟଙ୍କା ଟ୍ରାନ୍ସଫର କରିଥିଲେ। ମାତ୍ର ପରେ ବେଙ୍ଗାଲୁର ଏଲ୍ସିବି ଶାଖା ସୂଚିତ କରିଥିଲା ଯେ, କର୍ନାଟକ ରାଜ୍ୟ ସମବାୟ ମାର୍କେଟିଂ ଫେଡେରେଶନ ଅଧୀନରେ ଓରିଜନାଲ ଚେକ୍ ନଂ. ୩୮୩୦୫୪ ରହିଛି। ଏହାପରେ ବ୍ୟାଙ୍କ ଅଫ୍ ଇଣ୍ଡିଆ ରାଉରକେଲା ଶାଖା ପକ୍ଷରୁ ଯାଞ୍ଚପରେ ସମାନ ନମ୍ବରରେ ନକଲି ଚେକ୍ ସହ ଦସ୍ତଖତ ଜାଲିଆତି କରି ଉକ୍ତ ଟଙ୍କା ଉଠାଯାଇଥିବା ଜଣାପଡ଼ିଥିଲା। ଏହାପରେ ବ୍ୟାଙ୍କ ମୁଖ୍ୟ ପରିଚାଳକ ସିଂ କ୍ରାଇମବ୍ରାଞ୍ଚରେ ଲିଖିତ ଅଭିଯୋଗ କରିଥିଲେ। ଇଓଡବ୍ଲ୍ୟୁ ଅଭିଯୁକ୍ତଙ୍କୁ ଗିରଫ କରିବା ପରେ ଏବେ ଅଧିକ ତଦନ୍ତ ଜାରି ରଖିଥିବା ସୂଚନା ଦେଇଛି।
Posted inଆମ ଜିଲା ଖବର, ମେଟ୍ରୋ, ରାଜ୍ୟ View All
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…
ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…
Archives

