ନକଲି ଚେକ୍‌ରେ ବ୍ୟାଙ୍କରୁ ୨.୮୭ କୋଟି ଠକେଇ

ଭୁବନେଶ୍ୱର, ୯।୧(ବ୍ୟୁରୋ): ନକଲି ଚେକ୍‌ରେ ବ୍ୟାଙ୍କରୁ ୨.୮୭ କୋଟି ଟଙ୍କା ଉଠାଇ ନେଇଥିବା ଜଣେ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରାଉରକେଲାର ବିଏମ୍‌ପି ଆଣ୍ଡ୍‌ ସନ୍ସ କନଷ୍ଟ୍ରକ୍ସନ ପ୍ରାଇଭେଟ୍‌ ଲିମିଟେଡ୍‌ର ମୁଖ୍ୟ ବି. ମୂର୍ତ୍ତି ପିଲାଇ। ବ୍ୟାଙ୍କ ଅଫ୍‌ ଇଣ୍ଡିଆ ରାଉରକେଲା ଶାଖାର ମୁଖ୍ୟ ପରିଚାଳକ ଅଞ୍ଜାନି କୁମାର ସିଂ ଆଜାଦଙ୍କ ଲିଖିତ ଅଭିଯୋଗକ୍ରମେ ଇଓଡବ୍ଲ୍ୟୁ ପୂର୍ବରୁ ମାମଲା (ନଂ.୧/୨୦) ରୁଜୁ କରି ତଦନ୍ତ କରୁଥିଲା। ଶୁକ୍ରବାର ଅଭିଯୁକ୍ତ ବି. ମୂର୍ତ୍ତିଙ୍କୁ ଗିରଫ କରି ପଚରାଉଚରା ପରେ ରାଉରକେଲା ପାନପୋଷ ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରିଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ମୁତାବକ, ବି. ମୂର୍ତ୍ତିଙ୍କର ବ୍ୟାଙ୍କ ଅଫ୍‌ ଇଣ୍ଡିଆ ରାଉରକେଲା ଶାଖାରେ କ୍ୟାଶ୍‌ କ୍ରେଡିଟ୍‌ ଆକାଉଣ୍ଟ ରହିଛି। ସେ ନିଜର ବ୍ୟକ୍ତଗତ ଫାଇଦା ପାଇଁ କର୍ନାଟକ ରାଜ୍ୟ ସମବାୟ ମାର୍କେଟିଂ ଫେଡେରେଶନ ଲିମିଟେଡ୍‌ ନାମରେ ୨.୮୭ କୋଟି ଟଙ୍କାର ଏକ ନକଲି ଚେକ୍‌ ପ୍ରସ୍ତୁତ କରିଥିଲେ। ଗତ ନଭେମ୍ବର ୩ରେ ଉକ୍ତ ନକଲି ଚେକ୍‌ ନଂ.୩୮୩୦୫୪ ଜମା କରି ବ୍ୟାଙ୍କ ଅଫ୍‌ ଇଣ୍ଡିଆରୁ ୨.୮୭ କୋଟି ଟଙ୍କା ହାତେଇଥିଲେ। ଉକ୍ତଦିନ ନିଜ ନାମରେ ରହିଥିବା ଅନ୍ୟ ବ୍ୟାଙ୍କ ଆକାଉଣ୍ଟକୁ ୨. ୬କୋଟି ଓ ସମ୍ପର୍କୀୟଙ୍କ ନାମରେ ଥିବା ଆକାଉଣ୍ଟକୁ ଅବଶିଷ୍ଟ ଟଙ୍କା ଟ୍ରାନ୍ସଫର କରିଥିଲେ। ମାତ୍ର ପରେ ବେଙ୍ଗାଲୁର ଏଲ୍‌ସିବି ଶାଖା ସୂଚିତ କରିଥିଲା ଯେ, କର୍ନାଟକ ରାଜ୍ୟ ସମବାୟ ମାର୍କେଟିଂ ଫେଡେରେଶନ ଅଧୀନରେ ଓରିଜନାଲ ଚେକ୍‌ ନଂ. ୩୮୩୦୫୪ ରହିଛି। ଏହାପରେ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ରାଉରକେଲା ଶାଖା ପକ୍ଷରୁ ଯାଞ୍ଚପରେ ସମାନ ନମ୍ବରରେ ନକଲି ଚେକ୍‌ ସହ ଦସ୍ତଖତ ଜାଲିଆତି କରି ଉକ୍ତ ଟଙ୍କା ଉଠାଯାଇଥିବା ଜଣାପଡ଼ିଥିଲା। ଏହାପରେ ବ୍ୟାଙ୍କ ମୁଖ୍ୟ ପରିଚାଳକ ସିଂ କ୍ରାଇମବ୍ରାଞ୍ଚରେ ଲିଖିତ ଅଭିଯୋଗ କରିଥିଲେ। ଇଓଡବ୍ଲ୍ୟୁ ଅଭିଯୁକ୍ତଙ୍କୁ ଗିରଫ କରିବା ପରେ ଏବେ ଅଧିକ ତଦନ୍ତ ଜାରି ରଖିଥିବା ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?