ଆଜିଠାରୁ ଯୁକ୍ତ ୨ ଖାତାଦେଖା

ଭୁବନେଶ୍ୱର,୨୨।୩(ଅନୁରାଧା ମହାରଣା):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବାର୍ଷିକ ପରୀକ୍ଷା ଖାତା ମୂଲ୍ୟାୟନ ଶୁକ୍ରବାରଠାରୁ ଆରମ୍ଭ ହେବ। ଚଳିତଥର ୨ଟି ପର୍ଯ୍ୟାୟରେ ଖାତା ଦେଖାହେବ। ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୨ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୪ରୁ ୧୫ ତାରିଖ ଯାଏ ଚାଲିବ। ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ଉଭୟ ଅଫ୍‌ଲାଇନ୍‌ ଓ ଇ-ମୂଲ୍ୟାୟନ କରାଯିବ। ୬୯ଟି ଜୋନ୍‌ରେ ଅଫଲାଇନ୍‌ ଖାତାଦେଖା ହେବ। ସେହିପରି ୪୧ଟି ଜୋନ୍‌ରେ ଅନଲାଇନ୍‌ ମୂଲ୍ୟାୟନ ପାଇଁ ନିଷ୍ପତ୍ତି ହୋଇଛି। ଭୋକେଶନାଲ୍‌ ଟ୍ରେଡ୍‌କୁ ବାଦ ଦେଲେ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ସମସ୍ତ ବିଷୟ, ଇଣ୍ଟିଗ୍ରେଟେଡ୍‌ ଭୋକେଶନାଲ୍‌ ବିଷୟ ଏବଂ କଳା ବିଭାଗର ଅନ୍ୟ ସମସ୍ତ ମାତୃଭାଷା ବିଷୟର ଇ- ମୂଲ୍ୟାୟନ କରାଯିବ। କଳା ବିଭାଗର ଅନ୍ୟ ସମସ୍ତ ବିଷୟର ଅଫଲାଇନ୍‌ ଖାତାଦେଖା ହେବ। ପ୍ରଥମ ପର୍ଯ୍ୟାୟ ଅଫଲାଇନ୍‌ ଖାତାଦେଖା ପାଇଁ ୨୮୦୦ ଶିକ୍ଷକ ଓ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୩୭୦୦ ଶିକ୍ଷକ ନିଯୁକ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri