ଯୁବକଙ୍କୁ ନିର୍ମମ ହତ୍ୟା ଘଟଣାରେ ୨ ଅଭିଯୁକ୍ତ ଅଟକ: ସାଇଣ୍ଟିଫିକ ଟିମ୍‌, ପୋଲିସର ତଦନ୍ତ ଜାରି

କୋକସରା,୨୯।୧୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗାଁର ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଅଭିଯୋଗରେ କୋକସରା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ମଙ୍ଗଳବାର ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ସୂଚନାଯୋଗ୍ୟ, ସୋମବାର ସନ୍ଧ୍ୟାରେ କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗ୍ରାମ ନିକଟରେ ଥିବା ଏକ ଧାନ ଖଳାରେ ସେହି ଗ୍ରାମର ଦୟାନିଧି ଦୁଣ୍ଡକିଆ(୫୨)ଙ୍କୁ କେହି ପଥରରେ ଛେଚି ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ଘଟଣାରେ ମୃତକଙ୍କ ପତ୍ନୀ ସାଧନୀ ଦୁଣ୍ଡକିଆ ହତ୍ୟା ଅଭିଯୋଗ ଆଣିବା ସହ ଜମିବାଡ଼ି ବିବାଦକୁ ନେଇ ବଡ଼ ବାପାଙ୍କ ପୁଅ ରୂପଧର ଦୁଣ୍ଡକିଆ ଓ କାକା ପୁଅ ଦେବରାଜ ଦୁଣ୍ଡକିଆ ହତ୍ୟା କରିଥିବା କହିଛନ୍ତି। ପୋଲିସ ଏହି ଘଟଣାରେ କେସ୍‌ ନମ୍ବର ୨୯୬/୨୨ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ତେବେ ସାଇଣ୍ଟିଫିକ ଟିମ୍‌ର ରିପୋର୍ଟ ଏବଂ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସମସ୍ତ ଘଟଣା ସାମ୍ନାକୁ ଆସିବ ବୋଲି ପୋଲିସ କହିଛି। ଅନ୍ୟପଟେ ହତ୍ୟା ଅଭିଯୋଗରେ ୨ଜଣ ଅଭିଯୁକ୍ତ ଦେବରାଜ ଦୁଣ୍ଡକିଆ ଓ ରୂପଧର ଦୁଣ୍ଡକିଆଙ୍କୁ ଅଟକ ରଖି ପଚରାଉଚରା କରୁଛି ବୋଲି ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri