୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଆସିକା,୨୯ା୮(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମରେ ୨୦୨୦ରେ ଘଟିଥିବା ନାଗା ଗୌଡ଼ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ଆସିକା ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରବୀର କୁମାର ଚୌଧୁରୀ ଏହି ମାମଲାର ବିଚାର କରି ୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ଉଭୟଙ୍କୁ ୧୦ ହଜାର ଟଙ୍କା ଲେଖାଏ ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡ ଭୋଗିବା ପାଇଁ ଆଦେଶ ଦେଇଛନ୍ତି । ଅଭିଯୁକ୍ତଦ୍ୱୟ ହେଲେ ନଳବଣ୍ଟା ଗ୍ରାମର ଜୀବନ ଗୌଡ ଓ ଶ୍ରୀଧର ବିଷୋୟୀ।
୨୦୨୦ ସେପ୍ଟେମ୍ବର ୩ ତାରିଖ ରାତି ପ୍ରାୟ ୧୦ଟାରେ ନାଗା ଗୌଡ ଘରୁ ବାହାରି କୋଳିସାହି ଦେଇ ଗାଁ ଛକକୁ ଆସୁଥିଲେ। ଏହି ସମୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କ ଗ୍ରାମର ଜୀବନ, ଶ୍ରୀଧରଙ୍କ ସମେତ ବିକ୍ରମ ମିଶ୍ର ଓ ଅନ୍ୟଜଣେ ନାବାଳକ ତାଙ୍କୁ ଖଣ୍ଡାକାତିରେ ଆକ୍ରମଣ କରିଥିଲେ । ଫଳରେ ଘଟଣାସ୍ଥଳରେ ନାଗାଙ୍କ ମୃତ୍ୟୁ ଘଟିଥିଲା। ଏ ସମ୍ପର୍କରେ ନାଗାଙ୍କ ଭାଇ ବାସୁଦେବ ଗୌଡ ଆସିକା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୪୪୪/୨୦ରେ ହତ୍ୟା ମାମଲା ରୁଜୁ କରିଥିଲା ।
ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ମାମଲାର ତଦନ୍ତ କରି ୪ ଅଭିଯୁକ୍ତଙ୍କ ବିରୋଧରେ ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ ପୂର୍ବକ ବିଚାର ନିମନ୍ତେ ଅଦାଲତରେ ଦାଖଲ କରିଥିଲେ । ମାମଲାର ବିଚାର ବେଳେ ଅଭିଯୁକ୍ତ ବିକ୍ରମଙ୍କ ମୃତ୍ୟୁ ଘଟିଥିଲା। ନାବାଳକଙ୍କ ବିଚାର ବ୍ରହ୍ମପୁରସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ଚାଲିଛି । ମୋଟ ୧୨ଜଣ ସାକ୍ଷୀଙ୍କ ସାକ୍ଷ୍ୟକୁ ଆଧାର କରି ବିଚାରପତି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରୀ ଓକିଲ ସୁଧାଂଶୁ କୁମାର ପଣ୍ଡା ଓ ସହଯୋଗୀ ସୂର୍ଯ୍ୟପ୍ରକାଶ ରାଓ ମାମଲା ପରିଚାଳନା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର...

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri