୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଆସିକା,୨୯ା୮(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମରେ ୨୦୨୦ରେ ଘଟିଥିବା ନାଗା ଗୌଡ଼ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ଆସିକା ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରବୀର କୁମାର ଚୌଧୁରୀ ଏହି ମାମଲାର ବିଚାର କରି ୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ଉଭୟଙ୍କୁ ୧୦ ହଜାର ଟଙ୍କା ଲେଖାଏ ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡ ଭୋଗିବା ପାଇଁ ଆଦେଶ ଦେଇଛନ୍ତି । ଅଭିଯୁକ୍ତଦ୍ୱୟ ହେଲେ ନଳବଣ୍ଟା ଗ୍ରାମର ଜୀବନ ଗୌଡ ଓ ଶ୍ରୀଧର ବିଷୋୟୀ।
୨୦୨୦ ସେପ୍ଟେମ୍ବର ୩ ତାରିଖ ରାତି ପ୍ରାୟ ୧୦ଟାରେ ନାଗା ଗୌଡ ଘରୁ ବାହାରି କୋଳିସାହି ଦେଇ ଗାଁ ଛକକୁ ଆସୁଥିଲେ। ଏହି ସମୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କ ଗ୍ରାମର ଜୀବନ, ଶ୍ରୀଧରଙ୍କ ସମେତ ବିକ୍ରମ ମିଶ୍ର ଓ ଅନ୍ୟଜଣେ ନାବାଳକ ତାଙ୍କୁ ଖଣ୍ଡାକାତିରେ ଆକ୍ରମଣ କରିଥିଲେ । ଫଳରେ ଘଟଣାସ୍ଥଳରେ ନାଗାଙ୍କ ମୃତ୍ୟୁ ଘଟିଥିଲା। ଏ ସମ୍ପର୍କରେ ନାଗାଙ୍କ ଭାଇ ବାସୁଦେବ ଗୌଡ ଆସିକା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୪୪୪/୨୦ରେ ହତ୍ୟା ମାମଲା ରୁଜୁ କରିଥିଲା ।
ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ମାମଲାର ତଦନ୍ତ କରି ୪ ଅଭିଯୁକ୍ତଙ୍କ ବିରୋଧରେ ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ ପୂର୍ବକ ବିଚାର ନିମନ୍ତେ ଅଦାଲତରେ ଦାଖଲ କରିଥିଲେ । ମାମଲାର ବିଚାର ବେଳେ ଅଭିଯୁକ୍ତ ବିକ୍ରମଙ୍କ ମୃତ୍ୟୁ ଘଟିଥିଲା। ନାବାଳକଙ୍କ ବିଚାର ବ୍ରହ୍ମପୁରସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ଚାଲିଛି । ମୋଟ ୧୨ଜଣ ସାକ୍ଷୀଙ୍କ ସାକ୍ଷ୍ୟକୁ ଆଧାର କରି ବିଚାରପତି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରୀ ଓକିଲ ସୁଧାଂଶୁ କୁମାର ପଣ୍ଡା ଓ ସହଯୋଗୀ ସୂର୍ଯ୍ୟପ୍ରକାଶ ରାଓ ମାମଲା ପରିଚାଳନା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri