ସୁରକ୍ଷାକର୍ମୀଙ୍କୁ ଆକ୍ରମଣ କରି ଲୁଟିବା ଘଟଣାରେ ଗିରଫ ହେଲେ ୨ ଅଭିଯୁକ୍ତ

ବଡ଼ବିଲ,୨୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅର୍ନ୍ତଗତ କାରାଖେଣ୍ଡରାସ୍ଥିତ ସ୍ପଞ୍ଜ ଆଇରନ ପ୍ଲାଣ୍ଟର ସୁରକ୍ଷାକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଦେଢ଼ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ଚୋରି ଅଭିଯୋଗରେ ପୋଲିସ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ପିଏଚ ମାଗାଜିନ ହଟିଂ ଅଞ୍ଚଳର ତରଣୀ ପାତ୍ର ଏବଂ କାରାଖେଣ୍ଡରା ଗ୍ରାମର ଜମୁନା ମୁଣ୍ଡା।
ସୂଚନାନୁଯାୟୀ, କାରାଖେଣ୍ଡରାସ୍ଥିତ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ୨୮ତାରିଖ ରବିବାର ରାତିରେ ପ୍ଲାଣ୍ଟର ସୁରକ୍ଷା କର୍ମୀଙ୍କୁ ୨ଦୁର୍ବୃତ୍ତ ଫାର୍ସାରେ ଆକ୍ରମଣ କରି ପ୍ରାୟ ଦେଢ଼ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ପିତଳ ସାମଗ୍ରୀ ଲୁଟି ନେଇଥିଲେ। ଏ ନେଇ ପ୍ଲାଣ୍ଟ ପକ୍ଷରୁ ଥାନାରେ ଏତଲା ହେବା ପରେ ପୋଲିସ ବଡ଼ବିଲ ଥାନା କେଶ ନଂ ୨୦୫/୨୦୨୨ ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତ ତରଣୀ ଓ ଜମୁନାଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ଚୋରୀ ସାମଗ୍ରୀ ଜବତ କରିଥିବା ବଡ଼ବିଲ ଥାନା ଆଇଆଇସି ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri