ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣ କରିଥିବା ୨ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୯ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜର ଶେଷବର୍ଷ ଛାତ୍ର ତଥା ହାଉସ ସର୍ଜନ ବିଶ୍ୱରଞ୍ଜନ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଶୁକ୍ରବାର ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବଲାଙ୍ଗୀର ସମୀର ବଡ଼ମାଲି ଏବଂ ରାଜୁ ସାହୁ। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ କନ୍ଧମାଳ ଜିଲା ଗୋଛାପଡ଼ା ଅଞ୍ଚଳରୁ ଦୁଇ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି।

ସୂଚନା ଯୋଗ୍ୟ, ଗୁରୁବାର ଜଣେ ଯୁବକ ତାଙ୍କ ସ୍ତ୍ରୀଙ୍କୁ ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗ ଓପିଡିକୁ ଆଣିଥିଲେ। ସେଠାରେ ଦୁଇଜଣ ମହିଳା ଡାକ୍ତର ଓ ଜଣେ ଆଟେଣ୍ଡାଣ୍ଟଙ୍କ ଉପସ୍ଥିତିରେ ସମ୍ପୃକ୍ତା ମହିଳାଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଥିଲା। ମହିଳାଙ୍କ ଗର୍ଭପାତ ହୋଇଯାଇଥିବା ଜଣାପଡିଥିଲା। ସେତେବେଳେ କର୍ତ୍ତବ୍ୟରତ ହାଉସ ସର୍ଜନ ସାହୁ ମଧ୍ୟ ସମ୍ପୃକ୍ତା ମହିଳାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଏହି କଥାକୁ ନେଇ ସମ୍ପୃକ୍ତ ମହିଳାଙ୍କ ସ୍ବାମୀ କୁଆଡେ ଆପତ୍ତି ଉଠାଇଥିଲେ। ମହିଳାଙ୍କ ଗୋପନୀୟତା ଭଙ୍ଗ କରାଯାଇଥିବା ଅଭିଯୋଗ କରିଥିଲେ।

ଏହି ଘଟଣାକୁ ନେଇ ଉତ୍ତ୍ୟକ୍ତ ଯୁବକ ଓ ଅନ୍ୟ ଜଣେ ଏକ ବାଇକରେ ହସ୍ପିଟାଲଠାରୁ ପ୍ରାୟ ୫ କିଲୋମିଟର ଦୂର ଲାଲଟିକ୍ରା ଗ୍ରୀଡ ପାଖରେ ଜଗି ରହିଥିଲେ। ହାଉସ ସର୍ଜନ ସାହୁ ସନ୍ଧ୍ୟା ପ୍ରାୟ ୬ଟାରେ କଲେଜ ହଷ୍ଟେଲକୁ ତାଙ୍କର ଜଣେ ସାଙ୍ଗଙ୍କ ସହ ଏକ ବାଇକରେ ଫେରୁଥିବା ବେଳେ ତାଙ୍କୁ ସେମାନେ ଅଟକାଇଥିଲେ। ଅଭିଯୁକ୍ତ ୨ଜଣ ହାଉସ ସର୍ଜନ ସାହୁଙ୍କୁ ଆକ୍ରମଣ କରିଥିଲେ। ଏଥିରେ ତାଙ୍କ ମୁଣ୍ଡ ଫାଟି ରକ୍ତସ୍ରାବ ହୋଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାକୁ ନେଇ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ମହଲରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri