୨ ଏକର ଲେଖାଏ ଜମି ନିରୂପଣ ନିଷ୍ପତ୍ତି: ଖୋଲିବ ୭୯ ନୂଆ ଲ୍ୟାମ୍ପସ୍‌

ରାୟଗଡ଼ା(ସ୍ବ.ପ୍ର.)/ରାୟଗଡ଼ା ଅଫିସ,୧୨ା୫: ରାୟଗଡ଼ା ଜିଲାରେ ୭୯ଟି ନୂତନ ଲ୍ୟାମ୍ପସ୍‌ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ପ୍ରତି ଦୁଇଟି ପଞ୍ଚାୟତକୁ ନେଇ ଗୋଟିଏ ଲେଖାଏ ଲ୍ୟାମ୍ପସ୍‌ ଗଠନ କରି କୃଷିଜନିତ ସମସ୍ୟା ଦୂରୀକରଣ କରିବା ପାଇଁ ସରକାର ଏଭଳି ନିଷ୍ପତ୍ତିନେଇଛନ୍ତି। ଲ୍ୟାମ୍ପ ପ୍ରତିଷ୍ଠା ପାଇଁ ଆବଶ୍ୟକୀୟ ସମସ୍ତ ଭିତ୍ତିଭୂମି ସରକାର ପ୍ରଦାନ କରିବେ। ପ୍ରତି ଲ୍ୟାମ୍ପ ପାଇଁ ଦୁଇ ଏକର ଲେଖାଏ ଜମି ପ୍ରଦାନ କରିବାକୁ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ହୋଇଛି। ତହସିଲ ପକ୍ଷରୁ ଜମିର ସ୍କେଚ ମ୍ୟାପ ପ୍ରଦାନ କରାଯିବା ପରେ ସେଠାରେ କାର୍ଯ୍ୟାଳୟ ଓ ଗୋଦାମ ନିର୍ମାଣ କରାଯିବ। ଏଥିସହ ବର୍ତ୍ତମାନ ଯେଉଁସବୁ ଲ୍ୟାମ୍ପସ ରହିଛି, ତାହାର ଜମି ପଟ୍ଟା ପ୍ରଦାନ ପାଇଁ ମଧ୍ୟ ସରକାର ରାଜସ୍ବ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କୋରାପୁଟ ସମବାୟ ବ୍ୟାଙ୍କ ସଭାପତି ଈଶ୍ୱର ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି। ଅପରପକ୍ଷରେ ଚାଷୀଙ୍କ ପାଇଁ ସମସ୍ତ ସରକାରୀ ଯୋଜନା କିଭଳି ସମବାୟ ବିଭାଗ ଜରିଆରେ ଠିକ୍‌ ଭାବରେ କାର୍ଯ୍ୟ କରିବ ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ମୁଖ୍ୟତଃ ଆଗାମୀ ଖରିଫ ଋତୁରେ ବିହନ ଓ ସାର ଯୋଗାଣକୁ ନେଇ ସଭାପତି ସମୀକ୍ଷା କରିଥିଲେ। ସେହିଭଳି କାଳିଆ ଓ ବଳରାମ ଯୋଜନାରେ ଚାଷୀଙ୍କର ସମସ୍ତ ସମସ୍ୟା ସମାଧାନ କରିବା ପାଇଁ ଲ୍ୟାମ୍ପସ୍‌ କତ୍ତୃପକ୍ଷଙ୍କୁ କୁହାଯାଇଛି। ଲ୍ୟାମ୍ପସ୍‌ଗୁଡ଼ିକର ସମସ୍ତ ନଥିପତ୍ର ଠିକ କରିବା ସହିତ ଆୟକର ବିଭାଗ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ବ୍ୟାଙ୍କ ନିର୍ଦ୍ଦେଶକ ବି. ତିରୁପତି, ଜଗନ୍ନାଥ ନୁଣ୍ଡୃକା, ବୃନ୍ଦାବନ ଶବର, ଏଆରସିଏସ କିଆପିଲି ଶବର, ବ୍ୟାଙ୍କ ସମ୍ପାଦକ କୃଷ୍ଣଚନ୍ଦ୍ର ଦାନି ସମେତ ସମସ୍ତ ବ୍ୟାଙ୍କ ମ୍ୟାନେଜର ଓ ଲ୍ୟାମ୍ପସ୍‌ ପରିଚାଳନା ନିର୍ଦ୍ଦେଶକ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri