ଆଜିଠାରୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାରଠାରୁ ରାଜ୍ୟରେ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। କୋଭିଡ୍‌ ନିୟମ ପାଳନ କରାଯାଇ ଏହି ନାମଲେଖା ଆରମ୍ଭ ହୋଇଛି। ପ୍ରତି ଘଣ୍ଟାରେ ୧୫ ଜଣ ଛାତ୍ରୀଛାତ୍ର ନାମ ଲେଖାଇ ପାରିବେ। ସକାଳ ୯ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହି ନାମଲେଖା ପ୍ରକ୍ରିୟା ଚାଲୁରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।
ଛାତ୍ରୀଛାତ୍ର ନାମ ଲେଖାଇବା ପରେ ଅନ୍‌ଲାଇନ୍‌ରେ ସାମ୍ସ ଓ୍ବେବ୍‌ସାଇଟ୍‌ ଲଗ ଇନ କରି ସ୍ଲାଇଡ ଅପ୍‌ ପାଇଁ ଆବେଦନ କରିବେ। ଅନ୍ୟପକ୍ଷରେ ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କ ସହ ଜଣେ ଅଭିଭାବକ ଯାଇପାରିବେ। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଏହି ନାମଲେଖା ପ୍ରକ୍ରିୟା ଚାଲୁ ରହିବ। କଲେଜ କ୍ୟାମ୍ପସଗୁଡ଼ିକର ପ୍ରବେଶ ପଥରେ ପାଣି, ସାନିଟାଇଜର, ହ୍ୟାଣ୍ଡଓ୍ବାଶ୍‌ ଏବଂ ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା ବାଧ୍ୟତାମୂଳକ ରହିଛି। ମାସ୍କ ଓ ସାମାଜିକ ଦୂରତା ରକ୍ଷା କରିବାକୁ ପରାମର୍ଶ ଦିଆଯାଇଛି।
୨୦୨୦-୨୧ ଶିକ୍ଷାବର୍ଷରେ ରାଜ୍ୟର ୨ ହଜାର ୨୮ଟି କଲେଜର ୪ ଲକ୍ଷ ୫୩ ହଜାର ୬୪୩ ସିଟ୍‌ରେ ନାମଲେଖା ହେଉଛି। କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୪୦ ହଜାର ୫୮୬ ସିଟ୍‌ ରହିଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୪୫ ହଜାର ୯୯୮, ବାଣିଜ୍ୟରେ ୪୪ ହଜାର ୩୨୩, ସଂସ୍କୃତରେ ୧୧ ହଜାର ୭୧୨ ଓ ଧନ୍ଦାମୂଳକ ବିଭାଗର ୧୧ ହଜାର ୨୪ ସିଟ୍‌ରେ ନାମଲେଖା କରାଯିବ। ଅକ୍ଟୋବର ୩ରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବା ସହ ଯୋଗ୍ୟ ଛାତ୍ରୀଛାତ୍ରଙ୍କ ନାମଲେଖା ୫ରୁ ୭ ତାରିଖ ମଧ୍ୟରେ ହେବ। ୧୫ ତାରିଖରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ ଏବଂ ୧୬ରେ ସ୍ପଟ୍‌ ନାମଲେଖା କରାଯିବ। ଅକ୍ଟୋବର ୧୭ ସୁଦ୍ଧା ଏହି ନାମଲେଖା ପ୍ରକ୍ରିୟା ଷେଶ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?