ପ୍ରକାଶ ପାଇଲା ଯୁକ୍ତ ୨ କଟ୍‌ଅଫ୍‌ ମାର୍କ ତାଲିକା: ବିଜ୍ଞାନ-ବାଣିଜ୍ୟରେ ରେଭେନ୍ସା ଶୀର୍ଷରେ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ କଟ୍‌ ଅଫ୍‌ ମାର୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ରେଭେନ୍ସା ଶୀର୍ଷରେ ରହିଥିବା ବେଳେ କଳା ବିଭାଗରେ କୃଷ୍ଣପ୍ରସାଦ ଶୀର୍ଷରେ ରହିଛି। ରେଭେନ୍ସାରେ ବିଜ୍ଞାନରେ ସାଧାରଣ ବର୍ଗଙ୍କ ନାମଲେଖା ପାଇଁ ୯୪.୩୩% କଟ୍‌ଅଫ୍‌ ମାର୍କ ରହିଛି। ସେହିପରି ୯୩.୨୦% ମାର୍କ ସହ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ବତୀ ବିଦ୍ୟାମନ୍ଦିର ଉଚ୍ଚ ମାଧ୍ୟମିକ ସ୍କୁଲ ଦ୍ୱିତୀୟ, ୯୩% କଟଅଫ ସହ ଭୁବନେଶ୍ୱର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ତୃତୀୟ ସ୍ଥାନରେ ରହିଛି।

ବାଣିଜ୍ୟରେ ରେଭେନ୍ସାର ନାମଲେଖା ପାଇଁ ୮୪.୧୭% କଟ୍‌ଅଫ୍‌ ମାର୍କ ରହିଛି। ରାଉରକେଲା ସରକାରୀ ଉଚ୍ଚ ମାଧ୍ୟମିକ ସ୍କୁଲ ୮୦.୬୭% ସହ ୨ୟ ସ୍ଥାନରେ ଓ ୭୯.୮୩% ମାର୍କ ସହ ବିଜେବି କଲେଜ ତୃତୀୟରେ ରହିଛି। ସେହିଭଳି କଳାରେ କୃଷ୍ଣପ୍ରସାଦ କନ୍ଦାଖାଇ କଲେଜ ଶୀର୍ଷ ସ୍ଥାନରେ ରହିବା ସହ ଏଠାରେ ୮୩.୫୦% କଟ୍‌ଅଫ୍‌ ମାର୍କ ରହିଛି। ରେଭେନ୍ସା ୮୩.୩୩% କଟ୍‌ଅଫ୍‌ ମାର୍କ ସହ ୨ୟ ସ୍ଥାନରେ ଓ ନରସିଂହପୁର କଲେଜ ୮୩.୧୭% କଟ୍‌ଅଫ୍‌ ମାର୍କ ସହ ୩ୟ ସ୍ଥାନରେ ରହିଛି।

ଆସନ୍ତା ୧୯ ତାରିଖରୁ ୨୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଫାଷ୍ଟମେରିଟ ଅନ୍ତର୍ଗତ ନାମଲେଖା ପ୍ରକ୍ରିୟା ଚାଲିବା ଧାର୍ଯ୍ୟ ହୋଇଥିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସମ୍ପ୍ରତି ରାଜ୍ୟରେ ବନ୍ୟାସ୍ଥିତି ଯୋଗୁ ନାମଲେଖା ଅବଧି ବୃଦ୍ଧି ପାଇଁ ସରକାରଙ୍କ ଅନୁମତି ଲୋଡାଯାଇଥିବା ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri