୨ ଡାକ୍ତରଖାନା ଦାୟିତ୍ୱରେ ଜଣେ ଅଧିକାରୀ

କେନ୍ଦୁଝର,୨୧ା୧(ସ୍ବ.ପ୍ର.): କର୍ମଚାରୀ ଅଭାବ ଆଳରେ କେନ୍ଦୁଝର ଜିଲାର ପଦ୍ମପୁର ଓ ବାଂଶପାଳ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଦାୟିତ୍ୱରେ ଜଣେ ଡାକ୍ତର(ଅଧିକାରୀ)ଙ୍କୁ ନିଯୁକ୍ତ କରାଯାଇଛି। ଫଳରେ ରୋଗୀଙ୍କୁ ଠିକ୍‌ ଭାବରେ ସ୍ବାସ୍ଥ୍ୟସେବା ମିଳିପାରୁନାହିଁ। ଉକ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ମଧ୍ୟ ସ୍ବାସ୍ଥ୍ୟସେବା ପରିଚାଳନାରେ ସମସ୍ୟା ସୃଷ୍ଟି ହେଉଛି। ଲୋକେ ଉଚିତ ସ୍ବାସ୍ଥ୍ୟସେବା ପାଇ ନ ପାରି ଜିଲା ମୁଖ୍ୟ ବା ଅନ୍ୟ ଡାକ୍ତରଖାନାକୁ ଯାଇ ଖର୍ଚ୍ଚାନ୍ତ ହେଉଛନ୍ତି।
ଯେ, ସଦର ବ୍ଲକ୍‌ର ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ବରଦାପାଳ, ଜଗନ୍ନାଥପୁର, ରାଇସୁଆଁ, ଜଡ଼ିପଦା, ମଇଦାନକେଲ ଏବଂ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଗୋନାସିକା, କାଞ୍ଜିପାଣି, ଫୁଲଝର, ଶୁଆକାଟି, କଲଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ଆଦିବାସୀ ବହୁଳ ଓ ପଛୁଆ ଅଞ୍ଚଳରୁ ସ୍ଥାନୀୟ ଅଧିବାସୀମାନେ ଏହି ଡାକ୍ତରଖାନାଗୁଡ଼ିକ ଉପରେ ନିର୍ଭର କରନ୍ତି। ମାତ୍ର ଉକ୍ତ ଦୁଇ ଡାକ୍ତରଖାନା ଦାୟିତ୍ୱରେ ଥିବା ଡା. ଏସ୍‌.ସି ବାଗ ନିୟମିତ ଗସ୍ତ କରୁ ନ ଥିବାରୁ ପ୍ରାଥମିକ ଡାକ୍ତରଖାନାଗୁଡ଼ିକ ଠିକ୍‌ ଭାବରେ ପରିଚାଳନା ହୋଇପାରୁନାହିଁ। କେତେକ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ତାଙ୍କ ସହ ସୁସମ୍ପର୍କ ସ୍ଥାପନ କରି ଡାକ୍ତରଖାନା ଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଡାକ୍ତରମାନେ କ୍ୱାର୍ଟର୍ସରେ ନ ରହି କେନ୍ଦୁଝର ସହରରେ ରହୁଥିବାରୁ ସରକାରଙ୍କ ସ୍ବାସ୍ଥ୍ୟସେବା ଆଭିମୁଖ୍ୟ ସଫଳ ହୋଇପାରୁନାହିଁ ବୋଲି ପଞ୍ଚାୟତ ସମିତି ସଭ୍ୟା କିରଣବାଳା ନାୟକ କହିଛନ୍ତି। ଏ ନେଇ ସିଡିଏମ୍‌ଓ ଡାକ୍ତର କୈଳାସ ଚନ୍ଦ୍ର ପୃଷ୍ଟି କହିଛନ୍ତି, ଡାକ୍ତର ଅଭାବରୁ ଏଭଳି ଦାୟିତ୍ୱ ଦିଆଯାଇଛି। ତେବେ ଅଧିକାରୀଙ୍କ କାମକାର୍ଯ୍ୟ ନେଇ ହେଉଥିବା ଅଭିଯୋଗର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଜିଲା ପରିଷଦ ସଭ୍ୟ ରଥ ମୁଣ୍ଡା କହିଛନ୍ତି, ମେଡିକାଲରେ ବିଭିନ୍ନ ଅବ୍ୟବସ୍ଥା ନେଇ ଅଭିଯୋଗ ପାଇଛନ୍ତି। ଏନେଇ ସେ ଉଚ୍ଚ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି କହିଥିଲେ। ଅନ୍ୟପକ୍ଷରେ ଦାୟିତ୍ୱରେ ଥିବା ଡାକ୍ତର ବାଗ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କେନ୍ଦୁଝରରେ ରହିଲେ ମଧ୍ୟ ଡାକ୍ତରଖାନା ନିୟମିତ ପରିଦର୍ଶନ କରନ୍ତି। ସ୍ବାସ୍ଥ୍ୟସେବା ସବୁ ଠିକ୍‌ ଭାବରେ ଚାଲିଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?