ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ ବିଭାଗକୁ ହସ୍ତାନ୍ତର କରିଛି। ଦୁଇଟି ଟ୍ରଲରରେ ବିଜୟନଗରମ୍‌ ଅଞ୍ଚଳର କେ. ନରସିଂଘ, ଏମ. ରାମ, ଏ. ସେଣ୍ଡୋଡା,ଏମ. କର୍ଲେୟା, ଗୁଣ୍ଟୁ ଲାକ୍ସମେୟା ,ଏମ. ଏରେୟା, ଏମ. ନରସିଂଘେ ଓ କେ. ପୋଲେୟା ଥିଲେ। ଏମାନଙ୍କ ବୟସ ୨୫ରୁ ୫୨ ବର୍ଷ ମଧ୍ୟରେ ବୋଲି ଜଣାପଡିଛି। ଜବତ ଆନ୍ଧ୍ର ଟ୍ରଲର ଦୁଇଟି ଆଇଏନଡି-ଏପି-ଭି୫-ଏମଏମ-୧୪୭ ଏବଂ ଆଇଏନଡି-ଏପି-ଭି୫-ଏମଏମ-୭୯୦ ନମ୍ବର ବିଶିଷ୍ଟ। ଏଥିସହ ଗୋଟିଏ ଟ୍ରଲରରୁ ୪୪ କିଲୋ ଓ ଅନ୍ୟ ଟ୍ରଲରରୁ ୩୨ କିଲୋ ଓଜନର ମାଛକୁ ଫିସେରୀ ବିଭାଗ ବିକ୍ରି କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ଗୁରୁବାର ରମ୍ଭା ଫରେଷ୍ଟର ପ୍ରଶାନ୍ତ ରାଓ, ଏଏଫଓ ଅମୀୟ ରଞ୍ଜନ ନାୟକ, ତପନ ନନ୍ଦ ଓ ସହକର୍ମୀ ସମୁଦ୍ର ମଧ୍ୟରେ ପାଟ୍ରୋଲଂ କରୁଥିବା ବେଳେ ଆନ୍ଧ୍ରର ଏହି ୨ ଟ୍ରଲର ନୋ ଫିସିଂ ଜୋନ ମଧ୍ୟରେ ମାଛ ମାରୁଥିବା ବେଳେ ଜବତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?