Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୨ ଅଧିକାରୀ ୨ ସୈନିକ ସହିଦ

ନୂଆଦିଲ୍ଲୀ,୨୨ା୧୧: ଜମ୍ମୁ-କଶ୍ମୀର ରଜୌରୀ ଜିଲାର କାଲାକୋଟ ଜଙ୍ଗଲରେ ଆତଙ୍କବାଦୀ ମାନଙ୍କ ସହିତ ଗୁଳିମାଡ଼ରେ ଦୁଇ ଅଧିକାରୀ ଏବଂ ଦୁଇ ସୈନିକ ସହିଦ ହୋଇଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ଗୁଇନ୍ଦା ସୂତ୍ରରୁ ଖବର ପାଇଁ ଭାରତୀୟ ସେନା ଏବଂ ପୋଲିସ ଅଧିକାରୀମାନେ ମିଳିତ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଅଚାନକ ଗୁଳିମାଡ କରିଥିଲେ। ଫଳରେ ୪ ବୀର ସୈନିକ ସହିଦ ହୋଇସାଯାଇଛନ୍ତି।

ଗତ କିଛି ବର୍ଷ ହେବ ଜମ୍ମୁ-କଶ୍ମୀରରେ ଥିବା ପିର ପଞ୍ଜଲ ଜଙ୍ଗଲ ଆତଙ୍କବାଦୀଙ୍କ ସହିତ ଗୁଳିମାଡ଼ ସମୟରେ ସେନା ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଆତଙ୍କବାଦୀମାନେ ଏଠାରେ ପାହାଡ଼ିଆ ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ନିଜକୁ ଲୁଚାଇ ସେମାନଙ୍କର ସ୍ଥିତିକୁ ମଜବୁତ କରିବା ସହିତ ସୈନିକ ମାନଙ୍କୁ ଟାର୍ଗେଟ କରୁଛନ୍ତି।

ଗତ ସପ୍ତାହରେ ରଜୌରୀ ଜିଲାରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲେ। ବୁଦ୍ଧ ତହସିଲର ଗୁଲର୍-ବେହେରୋଟ୍ ଅଞ୍ଚଳରେ ସେନା, ପୋଲିସ୍ ଏବଂ ସିଆର୍ପିଏଫର ମିଳିତ ଟିମ୍ ଦ୍ୱାରା କର୍ଡନ୍ ଆଣ୍ଡ ସର୍ଚ୍ଚ ଅପରେସନ୍ ସମୟରେ ଏହି ଏନକାଉଣ୍ଟର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri