ବିପୁଳ ପରିମାଣର ଗଞ୍ଜେଇ ଜବତ: ୨ ଗିରଫ

ମାଲକାନଗିରି,୨୯ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମୁଦୁଲିପଡ଼ା ଏବଂ ମାଲକାନଗିରି ପୋଲିସ ଦୁଇଟି ଘଟଣାରେ ୭୬୨କେଜି ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ଦେଇଛି। ଖଇରପୁଟ ବ୍ଲକ ମୁଦୁଲିପଡ଼ା ଥାନା ପୋଲିସ ଏକ ବୋଲେରୋ ଓଡି ଜିରୋ ୨ ଆର୍‌ ୩୮୫୬ ଏବଂ ଏକ ମୋଟରସାଇକେଲ ଓଡି ୩୦ ୨୭୭୨ରେ ୭୨୦ କେଜି ଗଞ୍ଜେଇ ଥିବା ଜାଣି ଉଭୟ ଗାଡ଼ି ଏବଂ ଜଣଙ୍କୁ ଗିରଫ୍‌ କରିଛି। ବଣ୍ଡା ଘାଟିରୁ ଖଇରପୁଟ ଅଭିମୁଖେ ଯାଉଥିବା ଧନିଗୁଡ଼ା ପୋଲିସ ଯାଞ୍ଚ ବେଳେ ଧରିଥିଲା।

ଏନେଇ ମୁଦୁଲିପଡ଼ା ଥାନାରେ କେସ୍‌ ନମ୍ବର ୫୪/୨୧ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ମୁଦୁଲିପଡ଼ା ଥାନାଧିକାରୀ କେକେ. ବି କହ୍ନର, ତ୍ରିନାଥ ଗୌଡ଼, ସୀତାଂଶୁ ପାତ୍ର, ମାଧବ ଭୂବନ ଶଙ୍କର ପ୍ରମୁଖ ପୋଲିସ କର୍ମଚାରୀ ସାମିଲ ଥିଲେ। ସେହିପରି ବୁଧବାର ରାତିରେ ମାଲକାନଗିରି ଆଇଆଇସି ରାମପ୍ରସାଦ ନାଗଙ୍କ ନେତୃତ୍ୱରେ ଏକ ଟିମ୍‌ ମାଲକାନଗିରି ସୁକୁମା ମୁଖ୍ୟ ରାସ୍ତା ଚାଲାଣଗୁଡ଼ାଠାରେ ଗାଡ଼ି ଯାଞ୍ଚ କରିବା ସମୟରେ ୪୨ କେଜି ୬୦୦ ଗ୍ରାମ ଗଞ୍ଜେଇ ଜବତ କରିଥିଲା। ଏଥିରେ ସଂପୃକ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri