ମାରପିଟ ମାମଲାରେ ୨ ଗିରଫ

ବ୍ରହ୍ମପୁର ଅଫିସ,୧୬ା୨- ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ମାରପିଟ ମାମଲାରେ ନିମଖଣ୍ଡି ଥାନା ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ହୁଗୁଳାପଟା ଗ୍ରାମର ପପୁନ ତରାଇ(୨୧), ବିନୋଦ ବରାଡ଼ ଓରଫ ନାନୁ(୨୦)। ମାମଲା ନମ୍ବର ୫୮/୨୩ରେ ଉଭୟ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି।
ପ୍ରକାଶ ଯେ, ଦୁଇ ଦିନ ପୂର୍ବେ ହୁଗୁଳାପଟା ଗ୍ରାମରେ ବିବାହ ଭୋଜି ଚାଲିଥିଲା। ସେଠାରେ କୌଣସି କାରଣକୁ ନେଇ ଛୋଟ ଛୋଟ ଶିଶୁଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଯାହାକୁ ନେଇ ଉକ୍ତ ଗ୍ରାମର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଝଗଡା ହୋଇଥିଲା। ଗୋଟିଏ ଗୋଷ୍ଠୀର ୧୦ ରୁ ଅଧିକ ଯୁବକ ଅନ୍ୟ ଗୋଷ୍ଠୀର କୁନା ସାହୁ, ଦିନେଶ ସାହୁ, ଲାଲୁ ସାହୁ ଓ ସୁଭାଷ ଚନ୍ଦ୍ର ସାହୁଙ୍କୁ ଆକ୍ରମଣ କରିଥିଲେ। ପରେ କୁନା ସାହୁ ଏନେଇ ନିମଖଣ୍ଡି ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri