ଭାଉଜଙ୍କୁ ଆକ୍ରମଣ କରି ଶଳା, ଭିଣୋଇ ଜେଲ ଗଲେ

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କଇଠଖଣ୍ଡି ପଞ୍ଚାୟତ ତଲାସିଂ ଗ୍ରାମରେ ଘଟିଥିବା ପାରିବାରିକ ହିଂସା ମାମଲାରେ ପୋଲିସ କୃଷ୍ଣ ଗୌଡ଼(ଭିଣୋଇ) ଏବଂ ତାଙ୍କ ଶଳା ସମୀର ଗୌଡ଼ଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ଏନେଇ ଥାନା ଏକ ମାମଲାରେ(ନଂ.୨୯୬/୨୫) ରୁଜୁ ହୋଇଛି।

ଅଭିଯୋଗ ମୁତବକ, ଗୁରୁବାର ରାତି ପ୍ରାୟ ୧୦ ଟାରେ ଗ୍ରାମର ରୁନା ଗୌଡ ଓ ତାଙ୍କ ସ୍ତ୍ରୀ ଆଶାଲତା ଗୌଡ ଏବଂ ସାନଭାଇ କୃଷ୍ଣ ଗୌଡ ମିଶି ଘରେ ପାରିବାରିକ ସମସ୍ୟା ନେଇ କଥା ହେଉଥିବା ବେଳେ କୌଣସି କଥାକୁ ନେଇ ଦୁଇଭାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଯାହାକୁ ନେଇ ଦୁଇଭାଇଙ୍କ ମଧ୍ୟରେ ଧସ୍ତା ଧସ୍ତି ହୋଇଥିଲା ।

ଏହାର କିଛି ସମୟ ପରେ ପୁଣି ସାନଭାଇ କୃଷ୍ଣ ଓ ତାଙ୍କ ଶଳା ସମୀର ଗୌଡ ଉଭୟ ମିଶି ରୁନାଙ୍କୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ସ୍ବାମୀଙ୍କୁ ଛଡ଼ାଇବାକୁ ଯାଇ ସ୍ତ୍ରୀ ଆଶାଲତାକୁ ମଧ୍ୟ ଦୁଇ ଅଭିଯୁକ୍ତ ଅସଦାଚରଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ପରେ ସାହି ପଡୋଶୀଙ୍କ ସହାୟତାରେ ରୁନାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରବର୍ତ୍ତୀ ସମୟରେ ଆଶାଲତା ଦିଗପହଣ୍ଡି ଥାନାରେ ଦିଅର କୃଷ୍ଣ ଓ ତାଙ୍କ ଶଳା ସମୀରଙ୍କ ବିରୋଧରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri