ବାହାଘରକୁ ଆସି କରୁଥିଲେ ମୋବାଇଲ ଚୋରି, ପଡ଼ିଲେ ଧରା

ଆର୍‌.ଉଦୟଗିରି,୧।୮(ଡି.ଏନ୍‌.ଏ.): ଗଜପତି ଜିଲା ବେଲପଡ଼ା ଗ୍ରାମରେ ଗତ ୨୯ ତାରିଖ ରାତିରେ ଏକ ବିବାହ ଉତ୍ସବକୁ ଆସିଥିବା ଲୋକଙ୍କ ୫ଟି ମୋବାଇଲ ଫୋନ ଚୋରି ହୋଇଯାଇଥିଲା। ଏନେଇ ମୋହନା ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା(ନଂ.୧୨୪/୨୨) ରୁଜୁ କରିଥିଲା। ସେହିପରି କିଛିଦିନ ତଳେ ମୋହନା କଲେଜ ଛକ ନିକଟରେ ଥିବା ପ୍ରିୟା ହୋଟେଲ ସମ୍ମୁଖରୁ କରବାଡ଼ି ପଞ୍ଚାୟତ ଅଧୀନ ବୁଡ଼ରିଙ୍ଗ ଗ୍ରାମର ଜଣେ ବ୍ୟକ୍ତିଙ୍କ ଏକ ବାଇକ୍‌ (ନଂ.ଓଡି୨୦ସି୦୧୪୬) ଚୋରି ହୋଇଥିଲା। ଏନେଇ ବାଇକ୍‌ ମାଲିକ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୧୪୪/୨୨) ରୁଜୁ କରିଥିଲା। ଅଭିଯୋଗକୁ ଭିତ୍ତିକରି ଥାନା ଅଧିକାରୀ ସୁଜିତ କୁମାର ନାୟକଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ଘଟଣାରେ ସମ୍ପୃକ୍ତ ଥିବା ଶିକୁଳିପଦର ପଞ୍ଚାୟତ ଅଧୀନ ପଦାସାହି ଗ୍ରାମର ରାଜେନ୍ଦ୍ର ଜାନିଙ୍କୁ ପୋଲିସ ଧରିବାରେ ସଫଳ ହୋଇଥିଲା। ଏପରି କି ରାଜେନ୍ଦ୍ର ଚୋରି ମୋବାଇଲ ଲୁହାଗୁଡ଼ି ଗ୍ରାମର ଚକ୍ରଧର ଗୌଡ଼ଙ୍କୁ ବିକ୍ରି କରିଥିଲେ। ଚୋରି ସାମଗ୍ରୀ କିଣିଥିବା ଅଭିଯୋଗରେ ପୋଲିସ ଚକ୍ରଧରଙ୍କୁ ମଧ୍ୟ ଗିରଫ କରିଛି। ଅନ୍ୟପକ୍ଷେ ପୋଲିସ ରାଜେନ୍ଦ୍ରଙ୍କଠାରୁ ଏକ ଚୋରି ବାଇକ୍‌ ଜବତ କରିଛି। ପୂର୍ବରୁ ମଧ୍ୟ ଏକ ବାଇକ୍‌ ଶିକୁଳିପଦର ଗାଁରୁ ଚୋରି ହୋଇଥିଲା। ସେ ଏଥିରେ ସାମିଲ ଥିବା ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଆର୍‌.ଉଦୟଗିରି ଏସ୍‌ଡିପିଓ ଦିଲୀପ କୁମାର ନାୟକ ଏବଂ ଥାନା ଅଧିକାରୀ ସୁଜିତ କୁମାର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri