ଶିମିଳିପାଳ ଅଭୟାରଣ୍ୟରୁ ଦୁଇ ଶିକାରୀ ଗିରଫ

ବାରିପଦା,୧୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଡିଭିଜନରୁ ଦୁଇ ଶିକାରୀଙ୍କୁ ସ୍ପେଶାଲ ଟାଇଗର ପ୍ରୋଟେକ୍ସନ ଫୋର୍ସ (ଏସ୍‌ଟିପିଏଫ୍‌) ଗିରଫ କରିଛନ୍ତି। ଗିରଫ ଦୁଇଜଣ ହେଲେ କପ୍ତିପଦା ଥାନା ଅଧୀନ ପଥରଖଣି ଗ୍ରାମର ଅନ୍ତର୍ଯ୍ୟାମୀ ନାୟକ(୩୭) ଓ ଉଦଳା ଥାନା ଅନ୍ତର୍ଗତ ଖଡିକାଶୋଳ ଗ୍ରାମର ଦିଲ୍ଲୀପ ନାଏକ (୩୫)। ସେମାନଙ୍କ ଦୁଇଟି ଦେଶୀ ବନ୍ଧୁକ, ୮୬ ଟି ଲୁହାବଲ , ୫୦୦ ଗ୍ରାମର ବିସ୍ଫୋରକ ଦ୍ରବ୍ୟ, ଦିଆସିଲି ସହିତ ଅନ୍ୟାନ୍ୟ ଶିକାରୀ ସରଞ୍ଜାମକୁ ଜବତ କରାଯାଇଛି ବୋଲି ଦକ୍ଷିଣ ଡିଭିଜନର ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡା ପ୍ରକାଶ କରିଛନ୍ତି। ଏନେଇ ପୃଥକ୍‌ ମାମଲା ରୁଜୁ କରି ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି।

ସୂଚନାନୁଯାୟୀ, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଡିଭିଜନର ପୋଡ଼ାଡିହା ରେଞ୍ଜରେ ବନ ବିଭାଗର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କୁ ଧରିଥିଲେ। ଶିକାର କରିବା ଉଦ୍ଦେଶ୍ୟରେ ରଖାଯାଇଥିବା ଗୋଟିଏ ବନ୍ଧୁକ, ୭୨ଟି ଲୁହାବଲ୍‌, ୩୫୦ ଗ୍ରାମର ବିସ୍ଫୋରକ ଦ୍ରବ୍ୟ ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଥିଲେ।

ସେହିପରି ଜେନବିଲ ରେଞ୍ଜରେ ଏସ୍‌ଟିପିଏଫ୍‌ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀ ଦିଲ୍ଲୀପ ନାଏକଙ୍କୁ କାବୁ କରିଥିଲେ। ତାଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ, ୧୪ ଟି ଲୁହବଲ, ୧୫୦ ଗ୍ରାମ ବିସ୍ଫୋରକ ଦ୍ରବ୍ୟ ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri