ମିଲ୍‌ରୁ ୪.୫ ଲକ୍ଷ ଟଙ୍କାର କାଜୁ ଚୋରି ଘଟଣାରେ ୨ ଗିରଫ

ନବରଙ୍ଗପୁର,୪।୪(ବି.ପ୍ର.): କାଜୁ ମିଲ୍‌ରୁ ଲକ୍ଷାଧିକ ଟଙ୍କାର କାଜୁ ଚୋରିକରି ପୋଲିସ ହାତରେ ଧରାପଡ଼ିଛନ୍ତି ୨ ଯୁବକ। ଅଭିଯୁକ୍ତମାନେ ହେଲେ ବିଜରାଗୁଡ଼ା ଗ୍ରାମର ନରହରି ଭତରା ଏବଂ ପ୍ରହଲ୍ଲାଦ ହରିଜନ। ସେମାନଙ୍କଠାରୁ ନଗଦ ୧ଲକ୍ଷ ୬ ହଜାର ଟଙ୍କା ସହ ଏକ କୁଇଣ୍ଟାଲ ୫ କିଲୋ କାଜୁ ଜବତ କରାଯାଇଥିବା ନେଇ ନବରଙ୍ଗପୁର ଥାନାରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ନବରଙ୍ଗପୁର ଏସ୍‌ଡିପିଓ ନିହାର ରଞ୍ଜନ ପ୍ରଧାନ।
ପୋଲିସ ସୂଚନାନୁଯାୟୀ ଫେବୃୟାରୀ ୧୮ରେ ନବରଙ୍ଗପୁର ଥାନା ଅଧୀନ ଭତରା ଗ୍ରାମସ୍ଥିତ ଏକ କାଜୁ ମିଲ୍‌ର ସଟର ଭାଙ୍ଗି ଅଭିଯୁକ୍ତମାନେ ମୋଟ ୪ଲକ୍ଷ ୫୦ ହଜାର ଟଙ୍କା ମୂଲ୍ୟର ୭.୫ କୁଇଣ୍ଟାଲ କାଜୁ ଚୋରି କରି ନେଇଯାଇଥିଲେ। ଏ ନେଇ କାଜୁ ମିଲ୍‌ ମାଲିକ ଏନ୍‌. ଭେଙ୍କେଟ ରାଓ ନବରଙ୍ଗପୁର ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ କେସ୍‌ ରୁଜୁକରି ଘଟଣାର ତଦନ୍ତ ଚଳାଇଥିଲା। ଏଥିରେ ଅଭିଯୁକ୍ତ ନରହରି ଏବଂ ପ୍ରହଲ୍ଲାଦଙ୍କ ସମ୍ପୃକ୍ତି ଥିବା ଜାଣି ପୋଲିସ ତାଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ନିଜ ଦୋଷ ସ୍ବୀକାର କରିଛନ୍ତି। ଚୋରିରେ ବ୍ୟବହୃତ ଅଟୋକୁ ମଧ୍ୟ ପୋଲିସ ଜବତ କରିଛି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏସ୍‌ଡିପିଓ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri