ମିଲ୍‌ରୁ ୪.୫ ଲକ୍ଷ ଟଙ୍କାର କାଜୁ ଚୋରି ଘଟଣାରେ ୨ ଗିରଫ

ନବରଙ୍ଗପୁର,୪।୪(ବି.ପ୍ର.): କାଜୁ ମିଲ୍‌ରୁ ଲକ୍ଷାଧିକ ଟଙ୍କାର କାଜୁ ଚୋରିକରି ପୋଲିସ ହାତରେ ଧରାପଡ଼ିଛନ୍ତି ୨ ଯୁବକ। ଅଭିଯୁକ୍ତମାନେ ହେଲେ ବିଜରାଗୁଡ଼ା ଗ୍ରାମର ନରହରି ଭତରା ଏବଂ ପ୍ରହଲ୍ଲାଦ ହରିଜନ। ସେମାନଙ୍କଠାରୁ ନଗଦ ୧ଲକ୍ଷ ୬ ହଜାର ଟଙ୍କା ସହ ଏକ କୁଇଣ୍ଟାଲ ୫ କିଲୋ କାଜୁ ଜବତ କରାଯାଇଥିବା ନେଇ ନବରଙ୍ଗପୁର ଥାନାରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ନବରଙ୍ଗପୁର ଏସ୍‌ଡିପିଓ ନିହାର ରଞ୍ଜନ ପ୍ରଧାନ।
ପୋଲିସ ସୂଚନାନୁଯାୟୀ ଫେବୃୟାରୀ ୧୮ରେ ନବରଙ୍ଗପୁର ଥାନା ଅଧୀନ ଭତରା ଗ୍ରାମସ୍ଥିତ ଏକ କାଜୁ ମିଲ୍‌ର ସଟର ଭାଙ୍ଗି ଅଭିଯୁକ୍ତମାନେ ମୋଟ ୪ଲକ୍ଷ ୫୦ ହଜାର ଟଙ୍କା ମୂଲ୍ୟର ୭.୫ କୁଇଣ୍ଟାଲ କାଜୁ ଚୋରି କରି ନେଇଯାଇଥିଲେ। ଏ ନେଇ କାଜୁ ମିଲ୍‌ ମାଲିକ ଏନ୍‌. ଭେଙ୍କେଟ ରାଓ ନବରଙ୍ଗପୁର ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ କେସ୍‌ ରୁଜୁକରି ଘଟଣାର ତଦନ୍ତ ଚଳାଇଥିଲା। ଏଥିରେ ଅଭିଯୁକ୍ତ ନରହରି ଏବଂ ପ୍ରହଲ୍ଲାଦଙ୍କ ସମ୍ପୃକ୍ତି ଥିବା ଜାଣି ପୋଲିସ ତାଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ନିଜ ଦୋଷ ସ୍ବୀକାର କରିଛନ୍ତି। ଚୋରିରେ ବ୍ୟବହୃତ ଅଟୋକୁ ମଧ୍ୟ ପୋଲିସ ଜବତ କରିଛି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏସ୍‌ଡିପିଓ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri