ମାଷ୍ଟରମାଇଣ୍ଡ୍‌ଙ୍କ ସମେତ ୨ ଗିରଫ

ଢେଙ୍କାନାଳ ଅଫିସ/ଦେବଗଡ଼(ଡି.ଏନ୍‌.ଏ.), ୧୯।୧୨:ଓଡ଼ିଶାରେ ବଡ଼ଧରଣର ଜାଲନୋଟ ରାକେଟ୍‌ ଚାଲିଛି। ପଶ୍ଚିମରୁ କେନ୍ଦ୍ର ଓଡ଼ିଶା ଯାଏ ଲମ୍ବିଛି ଏହାର ଚେର। ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ରଥପଦା ଗ୍ରାମ ନିକଟରୁ ଶୁକ୍ରବାର ବିଳମ୍ବିତ ରାତିରେ ୧ ଲକ୍ଷ ୯୦ ହଜାର ୬୦୦ ଟଙ୍କାର ନକଲି ନୋଟ ଜବତ ଘଟଣାର ଖୋଳତାଡ଼ ବେଳେ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଏବଂ ପୋଲିସ ହାତରେ ଲାଗିଛି ବହୁ ଚାଞ୍ଚଲ୍ୟକର ତଥ୍ୟ। ଏହି ଘଟଣାରେ ଦେବଗଡ଼ କଚେରିସାହିର ତୁଷାର କୁମାର ବିଶ୍ୱାଳ ଗିରଫ ହୋଇଥିଲେ। ଖୋଳତାଡ଼ ପରେ ଜାଲ ନୋଟ କାରବାରର ମାଷ୍ଟରମାଇଣ୍ଡ୍‌ ତଥା ଦେବଗଡ଼ ଗୁରୁସାହିର ତ୍ରିନାଥ ଦାସ ଏବଂ ତାଙ୍କର ଅନ୍ୟତମ ସହଯୋଗୀ ବରପାଲି ସାହିର ବିଶ୍ୱନାଥ ଆଚାର୍ଯ୍ୟ ଓରଫ୍‌ କାଳିଆ ବନ୍ଧା ହୋଇଛନ୍ତି। ଏହାପରେ ମୋଟ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୩ରେ ପହଞ୍ଚତ୍ଛି।
ତ୍ରିନାଥଙ୍କ ନିକଟରୁ ଗୋଟିଏ ଲାପଟପ୍‌, ପ୍ରିଣ୍ଟର ଜବତ କରାଯାଇଛି। ସେ ଦେବଗଡ଼ ଆଞ୍ଚଳିକ ପରିବହନ ବିଭାଗ କାର୍ଯ୍ୟାଳୟରେ ଜଣେ ଦଲାଲ ଭାବେ କାର୍ଯ୍ୟ କରୁଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଏ ସଂକ୍ରାନ୍ତରେ ସଦର ଥାନାରେ ମାମଲା ମଧ୍ୟ ରୁଜୁ ହୋଇଛି। ସୂଚନାଯୋଗ୍ୟ, ଦେବଗଡ଼, ଅନୁଗୋଳ ଜିଲାର ଆଠମଲ୍ଲିକ ଏବଂ ଢେଙ୍କାନାଳ ଜିଲାରେ ଏକ ବଡ଼ଧରଣର ଜାଲ ନୋଟ୍‌ ରାକେଟ ଚାଲିଥିବା ସୂଚନା ପାଇବା ପରେ ସତର୍କ ହୋଇଉଠିଥିଲା ଏସ୍‌ଟିଏଫ୍‌। ତେବେ ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବା ସହଜ ନ ଥିଲା। ଏଥିଲାଗି ଏସ୍‌ଟିଏଫ୍‌ ଟିମ୍‌ ବିଛାଇଥିଲା ଜାଲ। ବିଭାଗୀୟ କର୍ମଚାରୀ ଗ୍ରାହକ ବେଶରେ ଅଭିଯୁକ୍ତଙ୍କ ସହ ସମ୍ପର୍କ ସ୍ଥାପନ କରିଥିଲେ। ଏହାପରେ ସବୁ ଘଟଣାର ରହସ୍ୟ ଉନ୍ମୋଚିତ ହୋଇଥିଲା। ତେବେ ଏଥିରେ ଆଉ କାହାରି ସମ୍ପୃକ୍ତି ଅଛି ସେ ନେଇ ପୋଲିସ ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri