୨ ଗିରଫ, ଅନ୍ୟ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଶହୀଦନଗର ଥାନା ଅନ୍ତର୍ଗତ ଖଡୱାଲି ମନ୍ଦିର ନିକଟ ବିଡିଏ ପାର୍କ ସାମ୍ନାରେ ସ୍କୁଲ ବସ୍‌କୁ ଭଙ୍ଗାରୁଜା କରି ଡ୍ରାଇଭରଙ୍କୁ ଆକ୍ରମଣ କରିବା ସହ ପିଲାଙ୍କୁ ଭୟଭିତ କରିବା ଘଟଣାରେ ସମ୍ପୃକ୍ତ୨ଯୁବକଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ସ୍ଥାନୀୟ ଥାନା ଶାନ୍ତିପଲ୍ଲୀ ବସ୍ତିରେ ରହୁଥିବା ଲିପୁନ ବିଶ୍ୱାଳ ଓରଫ ଲିପୁ (୧୯) ଓ ଶହୀଦନଗର ହାଇ ସ୍କୁଲ ପାଖରେ ରହୁଥିବା ରକି ବେହେରା (୧୯)। ଉଭୟଙ୍କୁ କୋର୍ଟ ଚାଲାଣ କରାଯିବା ପରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଏହି ମାମଲାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଖୋଜା ଚାଲିଥିବା ପୋଲିସ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ସୋମବାର ଅପରାହ୍ନ ପ୍ରାୟ ୨ଟା ୩୦ରେ ଜାଭିୟର ଛକ ନିକଟ ଲୟୋଲା ସ୍କୁଲର ମିନି ବସ୍‌ ଛାତ୍ରୀଛାତ୍ରଙ୍କୁ ଛାଡ଼ିବାକୁ ଯାଉଥିଲା। ଏହି ସମୟରେ ବିଡିଏ ପାର୍କ ସମ୍ମୁଖ ରାସ୍ତାରେ ୭ରୁ ୮ଜଣ ଯୁବକ ଭିଡିଓ ଶୁଟ୍‌ କରୁଥିଲେ। ଉକ୍ତ ବସ୍‌ରେ ଥିବା ପିଲାମାନେ ସେମାନଙ୍କୁ ଦେଖି ହସିଥିଲେ। ହେଲେ ପିଲାମାନେ କମେଣ୍ଟ କରୁଥିବା ଭାବି ଯୁବକମାନେ ବସ୍‌କୁ ଅଟକାଇଥିଲେ। ପରେ ସେମାନେ ବସ୍‌ ଭିତରକୁ ଯାଇ ପିଲାମାନଙ୍କୁ ଧମକ ଦେଇ ଭୟଭୀତ କରାଇଥିଲେ। ଏହାକୁ ଗାଡ଼ିର ଡ୍ରାଇଭର ପ୍ରତିବାଦ କରିବାରେ ଯୁବକମାନେ ତାଙ୍କ ମାଡ଼ ମାରିଥିଲେ। ଫଳରେ ତାଙ୍କର କାନମୁଣ୍ଡା ନିକଟରେ ଫାଟିଯାଇ ରକ୍ତସ୍ରାବ ହୋଇଥିଲା। ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଆସି ଯୁବକଙ୍କ କବଳରୁ ଡ୍ରାଇଭରଙ୍କୁ ଉଦ୍ଧାର କରିବା ସହ ଥାନାକୁ ଖବର ଦେଇଥିଲେ। ଡ୍ରାଇଭରଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୬୬/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri