ନକଲି ନଡ଼ିଆତେଲ ତିଆରି ବେଳେ ଚଢ଼ାଉ, ୨ ଗିରଫ

ରାଉରକେଲା ଅଫିସ,୧୨ା୫: ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ଏ. ବି. ଲେନ୍‌ ଇସଲାମ ନଗରରେ ବିଭିନ୍ନ ଦାମୀ କମ୍ପାନୀ ଲେଭଲ ବ୍ୟବହାର କରି ନକଲି ନଡିଆ ତେଲ ଓ ବଜାଜ ଏଲମଣ୍ଡ ଡ୍ରପ୍ସ ତିଆରି ବେଳେ ପୋଲିସ ଚଢାଉ କରି ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ପ୍ଲାଣ୍ଟସାଇଡ ଥାନା ଏ. ବି. ଲେନ୍‌ ଇସଲାମ ନଗରର ଏମ୍‌ଡି ଜାକିର ହୁସେନ (୪୩) ଓ ସୟଦ ଅଖତାର(୪୧)। ଚଢାଉ ବେଳେ ୧୫ଶହ ଲିଟର ନକଲି ତେଲ, ୧୦୫୪ ଖାଲି ବୋତଲ ଓ ୫୯୨ ବଜାଜ ଆଲମଣ୍ଡ ତେଲ ବୋତଲ, ଦାମୀ କମ୍ପାନୀର ନକଲି ଲେଭଲ, ୧୫ ହଜାରରୁ ଊର୍ଦ୍ଧ୍ୱ ଠିପି ଏବଂ ପ୍ୟାକିଂ ମେଶିନ ଆଦି ଜବତ କରାଯାଇଛି। ଏ ନେଇ ପୋଲିସ ଏକ ମାମଲା (ନଂ.୧୬୨/୨୩) ରୁଜୁ କରି ଗୁରୁବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି।
ରାଉରକେଲା ଏଏସ୍‌ପି ବିକ୍ରମ କେଶରୀ ଭୋଇ ପ୍ଲାଣ୍ଟସାଇଟ ଥାନା ପରିସରରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲେ, ଏ. ବି. ଲେନ୍‌ ଇସଲାମ ନଗରର ଜାକିର ଗତ ୪ବର୍ଷ ହେଲା ନିଜ ଘରେ ବିଭିନ୍ନ ଦାମୀ କମ୍ପାନୀର ଲେଭଲ ବ୍ୟବହାର କରି ନକଲି ତେଲ ତିଆରି କରୁଥିଲେ ଏବଂ ସେଗୁଡିକୁ ଫେରିବାଲାଙ୍କ ମାଧ୍ୟମରେ ବିକ୍ରି କରୁଥିଲେ। ଏହି କାରବାରରେ ଅନ୍ୟ ଅଭିଯୁକ୍ତ ସୟଦ ତାଙ୍କୁ ସହଯୋଗ କରୁଥିଲେ। ସେମାନେ ରାୟପୁରରୁ କେମିକାଲ ମିଶ୍ରିତ ତେଲ, କଲିକତାରୁ ନିହାର ଓ ବଜାଜ ଆଲମଣ୍ଡ ନଡିଆତେଲ ବୋତଲ, ଠିପି ଏବଂ ବିଭିନ୍ନ କମ୍ପାନୀର ଲେଭଲ ଆଣୁଥିଲେ। ଏ ସମ୍ପର୍କରେ ପ୍ଲାଣ୍ଟସାଇଟ୍‌ ପୋଲିସ ବିଶେଷ ସୂତ୍ରରୁ ଖବର ପାଇଥିଲା। ବୁଧବାର ସନ୍ଧ୍ୟାରେ ଏକ ପୋଲିସ ଟିମ୍‌ ଜାକିରଙ୍କ ଘରେ ଚଢାଉ କରି ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରିବା ସହ ବିଭିନ୍ନ ସାମଗ୍ରୀ ଜବତ କରିଥିଲା। ତେବେ ଘଟଣାରେ ଆଉ କାହାର ସମ୍ପୃକ୍ତି ଅଛି ସେ ନେଇ ତଦନ୍ତ ଚାଲିଥିବା ଅତିରିକ୍ତ ଏସ୍‌ପି ଭୋଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri