ବିପୁଳ ପରିମାଣର ଗଞ୍ଜେଇ ଜବତ: ୨ ଗିରଫ

ମାଲକାନଗିରି,୨୯ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମୁଦୁଲିପଡ଼ା ଏବଂ ମାଲକାନଗିରି ପୋଲିସ ଦୁଇଟି ଘଟଣାରେ ୭୬୨କେଜି ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ଦେଇଛି। ଖଇରପୁଟ ବ୍ଲକ ମୁଦୁଲିପଡ଼ା ଥାନା ପୋଲିସ ଏକ ବୋଲେରୋ ଓଡି ଜିରୋ ୨ ଆର୍‌ ୩୮୫୬ ଏବଂ ଏକ ମୋଟରସାଇକେଲ ଓଡି ୩୦ ୨୭୭୨ରେ ୭୨୦ କେଜି ଗଞ୍ଜେଇ ଥିବା ଜାଣି ଉଭୟ ଗାଡ଼ି ଏବଂ ଜଣଙ୍କୁ ଗିରଫ୍‌ କରିଛି। ବଣ୍ଡା ଘାଟିରୁ ଖଇରପୁଟ ଅଭିମୁଖେ ଯାଉଥିବା ଧନିଗୁଡ଼ା ପୋଲିସ ଯାଞ୍ଚ ବେଳେ ଧରିଥିଲା।

ଏନେଇ ମୁଦୁଲିପଡ଼ା ଥାନାରେ କେସ୍‌ ନମ୍ବର ୫୪/୨୧ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ମୁଦୁଲିପଡ଼ା ଥାନାଧିକାରୀ କେକେ. ବି କହ୍ନର, ତ୍ରିନାଥ ଗୌଡ଼, ସୀତାଂଶୁ ପାତ୍ର, ମାଧବ ଭୂବନ ଶଙ୍କର ପ୍ରମୁଖ ପୋଲିସ କର୍ମଚାରୀ ସାମିଲ ଥିଲେ। ସେହିପରି ବୁଧବାର ରାତିରେ ମାଲକାନଗିରି ଆଇଆଇସି ରାମପ୍ରସାଦ ନାଗଙ୍କ ନେତୃତ୍ୱରେ ଏକ ଟିମ୍‌ ମାଲକାନଗିରି ସୁକୁମା ମୁଖ୍ୟ ରାସ୍ତା ଚାଲାଣଗୁଡ଼ାଠାରେ ଗାଡ଼ି ଯାଞ୍ଚ କରିବା ସମୟରେ ୪୨ କେଜି ୬୦୦ ଗ୍ରାମ ଗଞ୍ଜେଇ ଜବତ କରିଥିଲା। ଏଥିରେ ସଂପୃକ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri