ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଆସନ୍ତା ଅଗଷ୍ଟ ୮ତାରିଖରେ ପ୍ରକାଶ ପାଇବ ଯୁକ୍ତ୨ କଳା ପରୀକ୍ଷାଫଳ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବୁଧବାର ସିଏଚ୍‌ଏସ୍‌ଇ ଅଫିସରେ ଆନୁଷ୍ଠାନିକ ଭାବେ ଘୋଷଣା ଯୁକ୍ତ୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷାଫଳ ଘୋଷଣା ସମୟରେ ମନ୍ତ୍ରୀ ଏହା କହିଛନ୍ତି।

ପ୍ରକାଶ ଯେ, ଗତବର୍ଷ କରୋନା ଯୋଗୁ ଯୁକ୍ତ୨ ପରୀକ୍ଷା ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇଥିଲା। ତେବେ ଚଳିତବର୍ଷ କରୋନା ପ୍ରକୋପ କମିଯାଇଥିବାରୁ ଅଫ୍‌ଲାଇନ ପରୀକ୍ଷା କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ। ଯୁକ୍ତ ୨ ପରୀକ୍ଷା ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିଲା। ସେହିପରି ଜୁନ୍‌ ୨ ତାରିଖଠାରୁ ମୂଲ୍ୟାୟନ ଆରମ୍ଭ ହୋଇଥିଲା। ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି। ମୂଲ୍ୟାୟନ ଲାଗି ୧୨ହଜାରରୁ ଊର୍ଦ୍ଧ୍ୱ ଅଧ୍ୟାପିକା, ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ପ୍ରତି କେନ୍ଦ୍ରରେ ସିସିଟିଭି ଲଗାଯିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା। ଚଳିତ ବର୍ଷ ରାଜ୍ୟର ୧,୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ ପଞ୍ଜୀକରଣ କରିଥିଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେଜଣ ଅନୁପସ୍ଥିତ ରହିଥିବା ନଜରକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri