ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଆସନ୍ତା ଅଗଷ୍ଟ ୮ତାରିଖରେ ପ୍ରକାଶ ପାଇବ ଯୁକ୍ତ୨ କଳା ପରୀକ୍ଷାଫଳ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବୁଧବାର ସିଏଚ୍‌ଏସ୍‌ଇ ଅଫିସରେ ଆନୁଷ୍ଠାନିକ ଭାବେ ଘୋଷଣା ଯୁକ୍ତ୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷାଫଳ ଘୋଷଣା ସମୟରେ ମନ୍ତ୍ରୀ ଏହା କହିଛନ୍ତି।

ପ୍ରକାଶ ଯେ, ଗତବର୍ଷ କରୋନା ଯୋଗୁ ଯୁକ୍ତ୨ ପରୀକ୍ଷା ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇଥିଲା। ତେବେ ଚଳିତବର୍ଷ କରୋନା ପ୍ରକୋପ କମିଯାଇଥିବାରୁ ଅଫ୍‌ଲାଇନ ପରୀକ୍ଷା କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ। ଯୁକ୍ତ ୨ ପରୀକ୍ଷା ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିଲା। ସେହିପରି ଜୁନ୍‌ ୨ ତାରିଖଠାରୁ ମୂଲ୍ୟାୟନ ଆରମ୍ଭ ହୋଇଥିଲା। ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି। ମୂଲ୍ୟାୟନ ଲାଗି ୧୨ହଜାରରୁ ଊର୍ଦ୍ଧ୍ୱ ଅଧ୍ୟାପିକା, ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ପ୍ରତି କେନ୍ଦ୍ରରେ ସିସିଟିଭି ଲଗାଯିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା। ଚଳିତ ବର୍ଷ ରାଜ୍ୟର ୧,୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ ପଞ୍ଜୀକରଣ କରିଥିଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେଜଣ ଅନୁପସ୍ଥିତ ରହିଥିବା ନଜରକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?