‘ଅନ୍ତର୍ଧ୍ୱନି’କୁ ୨ ପୁରସ୍କାର

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବାଂଲାଦେଶର ଢାକାଠାରେ ଆୟୋଜିତ ସିନେ ମେକିଙ୍ଗ୍‌ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ‘ଅନ୍ତର୍ଧ୍ୱନି’କୁ ୨ଟି ପୁରସ୍କାର ମିଳିଛି। ଚଳଚ୍ଚିତ୍ରର ନାୟିକା ସ୍ବପ୍ନା ପତି ଶ୍ରେଷ୍ଠ ଅନ୍ତର୍ଜାତୀୟ ଅଭିନେତ୍ରୀ ଭାବେ ସମ୍ମାନିତ ହୋଇଥିବାବେଳେ ନିର୍ଦ୍ଦେଶକ ଏ.କେ. ବୀରଙ୍କୁ ମିଳିଛି ଶ୍ରେଷ୍ଠ ଏସୀୟ ନିର୍ଦ୍ଦେଶକ ପୁରସ୍କାର। ମହୋତ୍ସବରେ ୭୦ ଦେଶରୁ ପ୍ରାୟ ୪୦୦ ଚଳଚ୍ଚିତ୍ରକୁ ସାମିଲ କରାଯାଇଥିଲା। ଏଥିମଧ୍ୟରୁ ବାଂଲାଦେଶର ୨୮ ଚଳଚ୍ଚିତ୍ର ସମେତ ୫୪ ଦେଶର ମୋଟ ୧୫୦ ଚଳଚ୍ଚିତ୍ର ପ୍ରତିଯୋଗିତା ପର୍ଯ୍ୟାୟକୁ ମନୋନୀତ ହୋଇଥିଲା।
‘ଅନ୍ତଧର୍‌ବନି’ର ପ୍ରଯୋଜନା କରିଛନ୍ତି ରାଜେଶ ମହାନ୍ତି। ୨୪-ଏଫ୍‌ପିଏସ୍‌ ଏଣ୍ଟରଟେନ୍‌ମେଣ୍ଟ ନିବେଦିତ ଏହି ଚଳଚ୍ଚିତ୍ରର ୯୫ ପ୍ରତିଶତ ଜଙ୍ଗଲରେ ଶୁଟିଂ ହୋଇଛି। ଜଙ୍ଗଲକୁ ଏଥିରେ ଏକ ଚରିତ୍ର ଭାବେ ଚିତ୍ରଣ କରାଯାଇଛି। ଚଳଚ୍ଚିତ୍ରର ପ୍ରମୁଖ ଭୂମିକାରେ ଅଛନ୍ତି ଗୌରବ ପାଶୱାଲ, ସ୍ବପ୍ନା ପତି ଓ ତଲୱିନ୍ଦର ସିଂହ। ସାଉଣ୍ଡରେ ନୀହାର ରଞ୍ଜନ ସାମଲ ଥିବାବେଳେ ଅସୀମ ସିହ୍ନା ଏହାର ସମ୍ପାଦନା କରିଛନ୍ତି। ଚଳଚ୍ଚିତ୍ରଟି ସମ୍ପୂର୍ଣ୍ଣ ପ୍ରାକୃତିକ ଆଲୋକରେ ନିର୍ମିତ ହୋଇଛି। ଜଙ୍ଗଲ ଓ ଏହାର ପ୍ରାକୃତିକ ବାତାବରଣ କାହାଣୀର ମୁଖ୍ୟ ଆଧାର। କାହାଣୀଟି ଶାନ୍ତନୁ ଓ ଶାଲିନୀ ନାମକ ଦୁଇ ବନ୍ଧୁଙ୍କ ଉପରେ କେନ୍ଦ୍ରିତ ହୋଇଛି।

ପୂର୍ବରୁ କାନ୍ସ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହୋଇ ‘ଅନ୍ତର୍ଧ୍ୱନି’ ଉଚ୍ଚ ପ୍ରଶଂସିତ ହୋଇଥିଲା। ଏହାବ୍ୟତୀତ ୱିଣ୍ଡ୍‌ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ, ଅପ୍‌ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ, ଗୌହାଟୀ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶିତ ହେବା ସହ ବିଭିନ୍ନ ବିଭାଗରେ ଏକାଧିକ ପୁରସ୍କାର ଲାଭ କରିଛି। ଖୁବ୍‌ଶୀଘ୍ର ଏହା ସର୍ବଭାରତୀୟ ସ୍ତରରେ ମୁକ୍ତିଲାଭ କରିବା ସହିତ ବର୍ଲିନ୍‌ ଓ ଲୋକାର୍ଣ୍ଣୋ ଚଳଚ୍ଚିତ୍ର ମହୋତ୍ସବରେ ମଧ୍ୟ ପ୍ରଦର୍ଶିତ ହେବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri