କଟକରେ ମାଞ୍ଜାସୂତା ଲାଗି ୨ ବାଇକ ଆରୋହୀ ଆହତ

କଟକ,୧୫।୧: ସରକାରଙ୍କ କଟକଣା ପରେ ମଧ୍ୟ ମାଞ୍ଜାସୂତା ବ୍ୟବହାରରେ ରୋକ ଲାଗି ପାରିନାହିଁ। ଫଳରେ ସୋମବାର ସକାଳୁ ସକାଳୁ କଟକରେ ଚାଇନା ଗୁଡ଼ି ସୂତା ଲାଗି ୨ ବାଇକ ଆରୋହୀ ଆହତ ହୋଇଛନ୍ତି। ୨ ଯୁବକଙ୍କ ଘର ନିଆଳିରେ ହୋଇଥିଲା ବେଳେ ବାଇକ ଯୋଗେ କଟକ ଆସିବା ସମୟରେ ଅଘଟଣ ଘଟିଛି। ଏଥିରେ ଜଣେ ଯୁବକଙ୍କ ବେକରେ ଲାଗିଲା ସୁତା ଲାଗିଥିବା ବେଳେ ଅନ୍ୟ ଜଣଙ୍କ ପାପୁଲି ରକ୍ତାକ୍ତ ହୋଇଥିବା ସୂଚନା ମିଳିଛି।

ଓଡ଼ିଆ ସଂସ୍କୃତିର ମହାନ୍‌ ପର୍ବ ମକର ସଂକ୍ରାନ୍ତିରେ ଗୁଡ଼ି ଉଡ଼ାଇବାର ପରମ୍ପରା ରହିଆସିଛି। ଏହି ଉପଲକ୍ଷେ ବଜାରରେ ବିକ୍ରି ହେଉଥିବା ରଙ୍ଗବେରଙ୍ଗର ଗୁଡ଼ି ଯୁବବର୍ଗଙ୍କୁ ଆକୃଷ୍ଟ କରୁଛି। କାହା ଗୁଡ଼ି କେତେ ଉଚ୍ଚକୁ ଯିବ ତାହାକୁ ନେଇ ପ୍ରତିଦ୍ୱନ୍ଦ୍ୱିତା। ଗୁଡ଼ି ଉଡ଼ାଇବାବେଳେ ଅନ୍ୟ ଜଣଙ୍କର ଗୁଡ଼ିକୁ ଯଦି କାଟି ଦିଆଯାଇପାରେ ତା’ହେଲେ ସିଏ ନେବ ଜିତାପଟ। ଏହି ପ୍ରତିଦ୍ୱନ୍ଦ୍ୱିତାରେ ମୁଖ୍ୟ କାର୍ପଟଦାର ହେଲା ଗୁଡ଼ି ଉଡ଼ାରେ ବ୍ୟବହୃତ ମାଞ୍ଜାସୂତା। ପ୍ରତିବର୍ଷ ମାଞ୍ଜାସୂତା ଲାଗି ଲୋକଙ୍କ ବେକ ଓ ଅନ୍ୟାନ୍ୟ ଅଙ୍ଗ କଟି ଯାଉଥିବାବେଳେ ପ୍ରାଣହାନିର ଆଶଙ୍କା ରହିଛି।

ଏହାକୁ ନେଇ କମିଶନରେଟ ପୋଲିସ ପୂର୍ବରୁ ଏହା ଉପରେ କଟକଣା ଜାରି କରିଛି। ପ୍ରତିବର୍ଷ ମାଞ୍ଜାସୂତାଜନିତ ଅଘଟଣ ଘଟୁଥିଲେ ମଧ୍ୟ ଲୋକେ ସଚେତନ ହେଉନାହାନ୍ତି। ଫଳରେ ନିରୀହ ଲୋକଙ୍କ ଜୀବନ ସଙ୍କଟରେ ପଡୁଛି। ଏଥର ବି ଅନୁରୂପ ଘଟଣା ଘଟିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri