ଖୋର୍ଦ୍ଧା,୯।୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ସଦର ଥାନା ଅନ୍ତର୍ଗତ ଦଧିମାଛଗାଡ଼ିଆ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭୋର ସମୟରେ ଅଜଣା ଗାଡି ଧକାରେ ସ୍କୁଟି ଆରୋହୀ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ଖବରପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁସାରେ, ସ୍କୁଟିରେ ବାଣପୁରରୁ ଖୋର୍ଦ୍ଧା ଆସିବା ବେଳେ ଏହି ଦୁର୍ଘଟଣା ଘଟିଛି । ମୃତକ ହେଲେ ବାଣପୁର ସାନହନ୍ତୁଆଡ ଗ୍ରାମର ବିକାଶ ବରାଳ ଓ ଶୁଭ୍ରାଂଶୁ ସୁନ୍ଦରାୟ । ପୋଲିସ ଶବ ଜବତ କରି ବ୍ଯବଚ୍ଛେଦ ପାଇଁ ମେଡିକାଲ ପଠାଇଛି । ତେବେ କେଉଁ ପରିସ୍ଥିତିରେ ଏଭଳି ଦୁର୍ଘଟଣା ଘଟିଗଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ । ପୋଲିସର ତଦନ୍ତ ପରେ ପ୍ରକୃତ ଘଟଣା ସାମ୍ନାକୁ ଆସିପାରିବ ।