ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କା(ନଂ.ଓଡି୧୦ଡବ୍ଳୁ-୩୮୮୧ ନମ୍ବର)ରେ ୨ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଛତିଶଗଡ଼ ଟିକ୍ରାପଡାର ରମେଶ କାଶ୍ୟପ(୨୯) ଓ ସାବୁନଭାଡିର ଜ୍ୟୋତିଷ କାଶ୍ୟପ(୨୫)।

ମିଳିଥିବା ସୂଚନା ମୁତାବକ, ରମେଶ ଏବଂ ଜ୍ୟୋତିଷ କୌଣସି କାମରେ ବେହେରା ଗ୍ରାମକୁ ଆସି ଘରକୁ ଯାଉଥିଲେ। ହେଲେ ବିଜୁ ଏକ୍ସପ୍ରେସୱେରେ ତାଙ୍କ ବାଇକକୁ ଆମପାଣି ପଟୁ ଆସୁଥିବା ଟ୍ରକ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ରମେଶଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଅବସ୍ଥାରେ ଜ୍ୟୋତିଷକୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଧର୍ମଗଡ଼ ମେଡିକାଲ ନିଆାଉଥିଲା। ହେଲେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା।

କୋକସରା ଥାନା ଅଧିକାରୀ ସୁଜ୍ଞାନ କୁମାର ବାରିକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ପୋଲିସ ରମେଶଙ୍କ ମୃତଦେହ ଜବତ କରି କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିବା ବେଳେ ଜ୍ୟୋତିଷଙ୍କ ମୃତଦେହ ଧର୍ମଗଡ଼ ମେଡିକାଲରେ ରଖାଯାଇଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ ଦୁର୍ଘଟଣା ଘଟାଇଥିବା ଡ୍ରାଇଭରକୁ ଅଟକାଇ କ୍ଷତିପୂରଣ ଦାବି କରିଛନ୍ତି। ଏପରିକି ଘଟଣାସ୍ଥଳକୁ ଗାଡ଼ି ମାଲିକ ଆସିବାକୁ ଦାବି କରିଛନ୍ତି। ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକ ଜବତ କରି କୋକସରା ଥାନାକୁ ଆଣିଛି। ହେଲେ ଖବର ଲେଖାଯିବା ପର୍ଯ୍ୟନ୍ତ ଘଟଣାର କୌଣସି ସମାଧାନ ହୋଇ ନ ଥିବା ବେଳେ ପରିସ୍ଥିତକୁ ଦୃଷ୍ଟିରେ ରଖି ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?