ବସ୍‌ ଧକ୍କାରେ ଚାଲିଗଲା ୨ ବାଇକ୍‌ ଆରୋହୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୩।୨(ଅଶୋକ କୁମାର ମହାପାତ୍ର ): କଟକ ଜିଲା ସାଲିପୁର ଥାନା ଅଧୀନ କଟକ-ଚାନ୍ଦବାଲି ରାସ୍ତାର ଜହ୍ନିଆ ଛକ ନିକଟରେ ଶନିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ୨ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ଅନ୍ୟପକ୍ଷେ ବସ୍‌ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି। ପୋଲିସ ଉଭୟ ଗାଡିକୁ ଜବତ କରିଛି।

ମିଳିଥିବା ସୂଚନା ମୁତାବକ, ଶନିବାର ସକାଳେ ଏକା ଯାତ୍ରୀବାହୀ ବସ୍‌ ନନ୍ଦଲାଲା(ଓଡ଼ି୦୨ବିଓ୍ବାଇ-୨୧୩୧) କେନ୍ଦ୍ରାପଡ଼ାରୁ କଟକ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକା ବାଇକ୍‌ ସହ ଧକ୍କା ହୋଇଥିଲା। ଫଳରେ ବାଇକ୍‌ରେ ଥିବା ୨ଜଣକୁ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ସାଲେପୁର ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ୨ଜଣଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସାଲିପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘନକୁହୁଡି ପାଇଁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri