୨ ବାଇକ୍‌ ମୁହାଁମୁହିଁ ଧକ୍କା: ଶିଶୁକନ୍ୟା ମୃତ, ୪ ଗୁରୁତର

ଦିଗପହଣ୍ଡି,୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ରାଜ୍ୟ ରାଜପଥ – ୧୭ ମୁଖ୍ୟ ରାସ୍ତାର ଗଣିଆନାଳ ଛକ ନିକଟ ମାଁ ଖେମଣ୍ଡିକାଳୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ୨ଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଜଣେ ଦେଢ଼ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ମୃତ ଶିଶୁକନ୍ୟା ଜଣକ ହେଲେ ଦିଗପହଣ୍ଡି ଥାନା ବି. ତୁରୁବୁଡି ପଞ୍ଚାୟତ ମରେଇବାଡି ଗ୍ରାମର ଚାନ୍ଦିନୀ ମଲ୍ଲିକ । ଗୁରୁତର ମାନଙ୍କ ମଧ୍ୟରେ ମୃତ ଶିଶୁର ମାଆ ସାରସୁ ମଲ୍ଲିକ (୩୫) , ବାପା ଜୁରିଆ ମଲ୍ଲିକ (୪୦), ଭାଇ ଚନ୍ଦନ ମଲ୍ଲିକ (୧୧) ରହିଥିବା ବେଳେ କୁକୁଡ଼ା ଖଣ୍ଡି ବ୍ଲକ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ବାଇକ ଚାଳକ ଅଜୟ ଦଳବେହେରା ରହିଥିବା ସୂଚନା ମିଳିଛି।
ପ୍ରକାଶ ଯେ, ମଙ୍ଗଳବାର ଜୁରିଆ ତାଙ୍କ ସ୍ତ୍ରୀ ଓ ପିଲାମାନଙ୍କ ସହ ବାଇକ୍‌ ଯୋଗେ ନିଜ ଗ୍ରାମ ମରେଇବାଡି ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଅଜୟ ଓ ତାଙ୍କ ସହଯୋଗୀ ଅନ୍ୟ ଏକ ବାଇକରେ ଆସୁଥିବା ବେଳେ ପରସ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଖବରପାଇ ଦିଗପହଣ୍ଡି ପୋଲିସ ଓ ୧୦୮ ଆମ୍ବୁଲାନ୍ସ ପହଞ୍ଚି ସମସ୍ତ ଗୁରୁତର ଆହାତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ସେଠାରେ ଡାକ୍ତର ଶିଶୁକନ୍ୟାଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତରଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ଦିଗପହଣ୍ଡି ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଶିଶୁକନ୍ୟା ଙ୍କ ମୃତଦେହ ଉଦ୍ଧାରକରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଏନେଇ ପୋଲିସ ମାମଲା ରୁଜୁକରି ତଦନ୍ତ ଚଳାଇଥିବା ଜଣାପଡ଼ିଛି । ତେବେ ଘଟଣାସ୍ଥଳରୁ ଅଜୟଙ୍କ ସହଯୋଗୀ ଫେରାର ଥିବା ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri