୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍‌ ଚାଳକ ରାସ୍ତାରେ ପଡ଼ି ଯାଇଥିଲେ। ସେତିକିବେଳେ ରାସ୍ତାରେ ଆସୁଥିବା ଏକ ଟ୍ରକ ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିଲା।

ମୃତ ବ୍ୟକ୍ତି ଜଣକ ଦେଓଗାଁ ଥାନା ଶିରୀଶ ଗ୍ରାମର ସୁରଜ କାଲସାଏ(୨୨) ବୋଲି ଜଣାପଡିଛି। ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Share