ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ ଦ୍ରୁତଗାମୀ ପିକଅପ୍ ଭ୍ୟାନ (ନଂ. ଓଡ଼ି୦୨ ବିଏମ – ୬୮୪୦)  ଧକ୍କାରେ ଏକ ଚାହା କେବିନ୍ ସମେତ ଦୁଇଟି ବାଇକ ଚୁରମାର୍ ହୋଇଯାଇଛି । ଏହି ଦୁର୍ଘଟଣାରେ ଚାହା ଦୋକାନୀ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତି ହେଲେ ଦେଓଖାଳି ଗ୍ରାମ ମଠ ସାହିର କୋରା ବେହେରା(୫୩) ।

ଖବର ଅନୁସାରେ, ପ୍ରତିଦିନ ଭଳି ବୁଧବାର ଭୋରରୁ ଘରୁ ଯାଇ କୋରା କେବିନ୍ ଖୋଲିଥିଲେ । ଉପସ୍ଥିତ ଥିବା  ଗ୍ରାହକମାନଙ୍କ ପାଇଁ ଚୁଲିରେ ଚାହା ବସାଇ ଠାକୁର ପୂଜା କରୁଥିଲେ । ଏହି ସମୟରେ  ଚିକିଟିରୁ ଦିଗପହଣ୍ଡି ଅଭିମୁଖେ ଦ୍ରୁତ ଗତିରେ ଆସୁଥିବା ପିକଅପ୍ ଟି ରାସ୍ତାକଡ଼ରେ ଥିବା କେବିନ ଆଡ଼କୁ ମୁହାଁଇଥିଲା । ଏହାଦେଖି ଚାହା ପିଇବାକୁ ଅପେକ୍ଷା କରିଥିବା ଲୋକେ ପ୍ରାଣ ବିକଳରେ ଦୌଡ଼ି ଥିଲେ । ପିକଅପଟି କେବିନକୁ ଧକ୍କା ଦେବା ସହ ସେଠାରେ ଥିବା ଦୁଇଟି ବାଇକକୁ କିଛି ଦୂର ଘୋଷାଡି ନେଇ ଅଟକି ଯାଇଥିଲା।

ଆଖପାଖ ରେ ଥିବା ଲୋକେ ଘଟଣାସ୍ଥଳକୁ ଦୌଡ଼ି ଆସି କେବିନ୍ ଭିତରୁ କୋରାଙ୍କୁ  ଉଦ୍ଧାର କରି  ନିକଟସ୍ଥ ବମକୋଇ ଗ୍ରାମ ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭର୍ତ୍ତି କରିଥିଲେ ।  ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ କୋରାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ତାଙ୍କ ମୁଣ୍ଡ ଓ ମେରୁଦଣ୍ଡରେ ଗଭୀର ଆଘାତ ଲାଗିଥିବା ଯୋଗୁଁ ସଙ୍କଟାପନ୍ନ ଅବସ୍ଥାରେ ପରିବାର ଲୋକେ ତାଙ୍କୁ  ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।  ଏହି ଭୟଙ୍କର ଦୁର୍ଘଟଣାରେ ବହୁ ଲୋକଙ୍କ  ଜୀବନ ବର୍ତ୍ତି ଯାଇଛି ବୋଲି କିଛି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଘଟଣାପରେ ଦୌଡ଼ି ପଳାଉଥିବା ପିକଅପ୍ ଚାଳକଙ୍କୁ ଲୋକେ ଅଟକ ରଖି ପୋଲିସକୁ ହସ୍ତାନ୍ତର କରିଥିଲେ । କ୍ଷତିଗସ୍ତ ବାଇକର ମାଲିକ ପୁରୁଷୋତ୍ତମ ମୁଳି ଏନେଇ କେ.ନୂଆଗାଁ ଥାନାରେ ଏତଲା ଦେବା ପରେ ମାମଲା ନଂ.୨୫/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଛି ।

 

Dharitri –Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶର୍ଜିଲ ଇମାମ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୯ା୩: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ଏକ ଅଦାଲତ ସୋମବାର ଆକ୍ଟିଭିଷ୍ଟ ଶର୍ଜିଲ ଇମାମ୍‌ଙ୍କୁ ୧୦ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭାଇ ବାହାଘରରେ ଯୋଗଦେବା…

ଚିତା ସଂଖ୍ୟା ବୃଦ୍ଧି: କୁନୋ ଜାତୀୟ ଉଦ୍ୟାନରେ ଜ୍ୱାଲାର ୫ ଛୁଆ ଜନ୍ମ

ନୂଆଦିଲ୍ଲୀ,୯ା୩: ନାମିବ୍ୟାରୁ ଅଣାଯାଇଥିବା ଚିତା ଜ୍ୱାଳା ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସୋମବାର ୫ ଶାବକ ଜନ୍ମ କରିବାରୁ ଭାରତରେ ଚିତାସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଭାରତର…

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri